ଟିଟିଲାଗଡ : ମଧ୍ୟାହ୍ନ ଭୋଜନରେ ଝିଟିପିଟି । ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ । ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳିଖୁଣ୍ଟି ଗାଁର ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଝିଟିପିଟି ପଡିଥିବା ଜଣାପଡିଛି । ଏହି ଖାଦ୍ୟ ଖାଇବା ପରେ କିଛି ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଥିଲେ । ଏହାକୁ ନେଇ ଅଭିଭାବକ ମହଲରେ ଉତ୍ତେଜନା ପ୍ରକାଶ ପାଇଛି । ଅନ୍ୟପକ୍ଷରେ ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ନେଇ କିଛି ଅଭିଭାବକ ସେମାନଙ୍କ ପୁଅଝିଅଙ୍କୁ ବାଇକରେ ଟିଟିଲାଗଡ଼ ଡାକ୍ତରଖାନାକୁ ଆଣିଥିବା ଜଣାପଡିଛି ।
Views: 9