The Ultimate Managed Hosting Platform
ADVERTISEMENT

ଆଜି ୪ ଘଣ୍ଟା ସର୍ବ ସାଧାରଣ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବ ସାଧାରଣ ଦର୍ଶନ । ଶ୍ରୀ ବିଗ୍ରହଙ୍କ ରାହୁରେଖା ନୀତି ଲାଗି ୪ ଘଣ୍ଟା ବନ୍ଦ ରହିବ ଦର୍ଶନ । ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ଯାଏଁ ବନ୍ଦ ରହିବ ଦର୍ଶନ । ଶ୍ରୀବିଗ୍ରହଙ୍କ ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହି ନୀତି ସମୟରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ରହିବ ।ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ରାହୁରେଖା ଲାଗି ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ। ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ । ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login