ଭୁବନେଶ୍ୱର : ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ଦିଆଯିବ ପ୍ରସ୍ତାବ । ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଗଠନ ହେବ ବୈଷୟିକ କମିଟି । ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ମନ୍ତ୍ରି ସ୍ତରୀୟ ସବ କିଟି ବୈଠକ ପରେ ମନ୍ତ୍ରୀଙ୍କ ସୂଚନା । ଏହି କମିଟି ବିଭିନ୍ନ ସହରକୁ ଯାଇ ଅନୁଧ୍ୟାନ କରିବ । ନୂଆ ଟ୍ରାକ ନେଇ କମିଟି ରିପୋର୍ଟ ଦେବ । କମ୍ପ୍ରେହେନସିଭ ମୋବିଲିଟି ପ୍ଲାନ ତିଆରି ହୋଇଛି ।କେଉଁ ଲାଇନ ରେ ଯିବ , କେୁଁଠି ପାର୍କିଂ ଅଞ୍ଚଳ ହେବ କମିଟି ରିପୋର୍ଟ ଦେବ । ସାଧାରଣ ଲୋକଙ୍କ ମତାମତ ନିଆଯିବ । ପୁରୁଣା ପ୍ରକଳ୍ପ ଅନୁଯାୟୀ ରାସ୍ତାରେ ଟ୍ରାଫିକ୍ ଜାମ୍ ରହୁଛି । ଟେଷ୍ଟିଂ ବେଳେ କ’ଣ ଅବସ୍ଥା ହେଲା କେତେ ହଇରାଣ ହେବାକୁ ପଡିଲା । ମେଟ୍ରୋ କାମ ଚାଲିଥିଲେ ପୁରା ରାସ୍ତା ଠପ୍ ହୋଇଯାଇଥାନ୍ତା । ସେଥିପାଇଁ ନୂଆ ଟ୍ରାକ୍ ଯାହା ହେବ କମିଟି ରିପୋର୍ଟ ଦେବ ବୋଲି ମନ୍ତ୍ରୀ କହିଛନ୍ତି ।
Views: 69











