ଭୁବନେଶ୍ୱର : ପୁଣି ପାଣ୍ଡିଆନଙ୍କୁ ବିଜେପିର ଆକ୍ଷେପ । ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ସରୋଜ । ପାର୍ଟି ଫଣ୍ଡ ହଡ଼ପ କରିବା ଲାଗି ନବୀନଙ୍କ ପାଖରେ ଛାଇ ଭଳି ରହୁଛନ୍ତି ପାଣ୍ଡିଆନ୍। ଆଜି ଏଭଳି ବିସ୍ଫୋରକ ଟିପ୍ପଣୀ ଦେଇଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ। ସେ କହିଛନ୍ତି, ବିଜେଡି ପାର୍ଟି ଫଣ୍ଡ ପାଇଁ କେତେବେଳେ ନବୀନ ପଟ୍ଟନାୟକଙ୍କର କଣ ହେବ କେହି କହି ପାରିବେ ନାହିଁ। ସାଧାରଣରେ ଚର୍ଚ୍ଚା ପାର୍ଟି ଫଣ୍ଡ ପାଇଁ ନବୀନଙ୍କ ଜୀବନ ବି ଯାଇପାରେ। କାଳେ କିଏ ନବୀନଙ୍କ ନିକଟତର ହେଇଯିବ ସେଥିପାଇଁ କାହାକୁ ନବୀନଙ୍କ ପାଖ ମଡ଼େଇ ଦେଉ ନାହାନ୍ତି ପାଣ୍ଡିଆନ୍। ସେଥିପାଇଁ ଯେଉଁମାନେ ନବୀନଙ୍କ ସହ ଥିଲେ ସେମାନଙ୍କୁ ନବୀନ ନିବାସ ଠୁ ଦୁରେଇ ରଖିଛନ୍ତି ପାଣ୍ଡିଆନ୍।ସେ ଆହୁରି କହିଛନ୍ତି, ଯେଉଁଠି ରାଜ୍ୟବାସୀ କି ବିଜେଡିର କେହି ନେତା ପାଣ୍ଡିଆନଙ୍କୁ ଗ୍ରହଣ କରୁ ନାହାନ୍ତି, ସେଠି ପାଣ୍ଡିଆନ ନବୀନଙ୍କୁ ଜବରଦସ୍ତି ଭିଡ଼ି ଧରି ରଖିବା ପଛରେ ସ୍ୱାର୍ଥ କଣ ତାହା ଜଣା ପଡ଼ି ଯାଇଛି। ବିଜେଡି ପାଣ୍ଠିରେ ୧୦୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କା ରହିଛି ତାହା ଉପରେ ସମସ୍ତଙ୍କ ନଜର ରହିଛି। ନବୀନ ଯଦି ପାଣ୍ଡିଆନ୍ ଦମ୍ପତିଙ୍କୁ ଦାୟିତ୍ବ ଦେଇ ଦେବେ, ତେବେ ସେହି ଟଙ୍କାର ମାଲିକ ହୋଇଯିବେ ସେମାନେ। ସେଥିପାଇଁ କୋଟେରୀ ଗ୍ରୁପକୁ ଧରି ବିଜେଡିରେ ଏଣ୍ଟ୍ରି ପାଇଁ ଯୋଜନା କରୁଛନ୍ତି ପାଣ୍ଡିଆନ ଦମ୍ପତି। ରାଜା ସ୍ୱାଇଁଙ୍କ ଭଳି ବରିଷ୍ଠ ନେତାଙ୍କୁ ପାଣ୍ଡିଆନ୍ ଏଭଳି ବ୍ୟବହାର କରିବା କେହି ହଜମ କରି ପାରୁ ନାହାନ୍ତି।
ପାଣ୍ଡିଆନଙ୍କୁ ସରୋଜଙ୍କ ଟାର୍ଗେଟ ; ପାର୍ଟି ଟଙ୍କା ହଡପ କରିବାକୁ ନବୀନଙ୍କ ପାଖରେ ଛାଇ ଭଳି ରହୁଛନ୍ତି ପାଣ୍ଡିଆନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











