ଭୁବନେଶ୍ୱର : ନିଲମ୍ବନ ନେଇ ବିଜେଡି ଉପସଭାପତି ଦେବୀ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । କହିଲେ ଦଳ ଆମ ପାଇଁ ବଡ, ବ୍ୟକ୍ତି ନୁହେଁ । ଦଳରେ ନାହାନ୍ତି ବୋଲି କହୁଥିଲେ ପ୍ରଫୁଲ୍ଲ କୁମାର ମଲ୍ଲିକ । ଟେଲିଫୋନରେ ଇସ୍ତଫା ନେଇ ପ୍ରଦୀପ ଅମାତଙ୍କୁ ଜଣାଇଥିଲେ ।
ଅନ୍ୟପଟେ ବିଜେଡିରୁ ନିଲମ୍ବନ ପରେ ପ୍ରଫୁଲ୍ଲ କୁମାରଙ୍କ ପ୍ରତିକ୍ରିୟା ରଖିଛନ୍ତି । ମୁଁ ଇସ୍ତଫା ଦେବା ପରେ ମୋତେ ସସପେଣ୍ଡ କରାଯାଇଛି ବୋଲି କହିଛନ୍ତି । ମୁଁ ନିଜର ବ୍ୟକ୍ତିଗତ କାରଣରୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଉପସଭାପତି ଦେବୀ ମିଶ୍ରଙ୍କୁ ନିଜର ଇସ୍ତଫା ପତ୍ର ପଠାଇଥିଲି। ଏହି ଇସ୍ତଫା ପତ୍ର ପାଇବା ପରେ ନିଲମ୍ବନ କରାଯାଇଥିବା କହୁଛନ୍ତି। ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ତଥା କାମାକ୍ଷାନଗରର ପ୍ରାକ୍ତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳ ବିରୋଧୀ କାର୍ୟ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ ଚିଠି ଜରିଆରେ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।
ପ୍ରଫୁଲ୍ଲ ମଲ୍ଲିକଙ୍କୁ ନିଲମ୍ବନ ପରେ ପ୍ରତିକ୍ରିୟା ରଖିଲେ ଦେବୀ ମିଶ୍ର ; କହିଲେ ଦଳ ଆମ ପାଇଁ ବଡ, ବ୍ୟକ୍ତି ନୁହେଁ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...