ଭୁବନେଶ୍ୱର : ରାଜ୍ୟରେ ପୁଣି ଲଘୁଚାପ ପ୍ରଭାବରେ ବଷା ର୍ଜାରି । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର। ଏହା ଦକ୍ଷିଣ ଓଡ଼ିଶା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆଜି ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୪ ଜିଲ୍ଲା କଳାହାଣ୍ଡି, ନବରଙ୍ଗପୁର,କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୪ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ।ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଭାରତୀୟ ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ଉପକୂଳସ୍ଥିତ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଆସନ୍ତାକାଲି ସମୁଦ୍ର ମଧ୍ୟକୁ ମତ୍ସଜୀବୀଙ୍କ ପ୍ରବେଶକୁ ବାରଣ କରାଯାଇଛି ।
ଲଘୁଚାପ ପ୍ରଭାବରେ ଆଜି ସାରା ଓଡିଶାରେ ବର୍ଷା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











