ଭୁବନେଶ୍ୱର : ସରକାରଙ୍କ ବିରୋଧରେ କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ । କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ଦେଲେ ଚିଠି । ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସମର୍ଥନ ଥିବା ସୂଚନା । ବିଧାନସଭା ସଚିବଙ୍କ ଜରିଆରେ କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ । ଅନ୍ୟପଟେ ବିଜେଡି କିନ୍ତୁ ଏପର୍ୟ୍ୟନ୍ତ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇନି । ଏ ସମ୍ପର୍କରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, କଂଗ୍ରେସର ନେତାମାନେ ଏ ନେଇ ବିଜେଡି ସହ ଆଲୋଚନା କରିନାହାନ୍ତି । ହେଲେ ଆମେ ଆମ ପ୍ରସଙ୍ଗ ବିଧାନସଭାରେ ଉଠାଇବୁ । ତେବେ ମୋହନ ସରକାର ବିରୋଧରେ ଅନାସ୍ଥା ଆଣିବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି । ଅନ୍ୟପଟେ ଅନାସ୍ଥା ଆଣିଲେ କଂଗ୍ରେସ ଲୋକହସା ହେବ । ସଂଖ୍ୟା ନଥାଇ ଅନାସ୍ଥା ଆଣିବା, କେବଳ ଗଣମାଧ୍ୟମରେ ଚର୍ଚ୍ଚାରେ ରହିବାକୁ କଂଗ୍ରେସର ଏକ ଷ୍ଟଣ୍ଟ ବୋଲି କହିଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ।
କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











