ଆସାମ : ଲୋକପ୍ରିୟ ଗାୟକ ଜୁବିନ ଗର୍ଗଙ୍କ ପାର୍ଥିବ ଶରୀର ସିଙ୍ଗାପୁରରୁ ଦିଲ୍ଲୀର ବିମାନବନ୍ଦରରେ ପହଞ୍ଚିଛି । ଆଜି ତାଙ୍କ ପାର୍ଥିବ ଶରୀର ଦିଲ୍ଲୀରୁ ଆସାମ ଗୌହ୍ବାଟୀ ଯିବ । ଏଥିପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଶୁକ୍ରବାରରେ ସିଙ୍ଗାପୁରରେ ସ୍କୁବା ଡାଇଭିଂ କରୁଥିବା ସମୟରେ ଜୀବନ ଚାଲିଯାଇଥିଲା । ତେବେ ଜୁବିନଙ୍କ ପାର୍ଥିବ ଶରୀର ଗୌହ୍ବାଟୀରେ ପହଞ୍ଚିବା ପରେ ଏୟାରପୋର୍ଟରୁ ତାଙ୍କ ଘର ପର୍ୟ୍ୟନ୍ତ ଗହଳି ଲାଗିରହିଛି । ଫଳରେ ପୋଲିସକୁ ଲାଠିଚାର୍ଜ କରିବାକୁ ପଡିଛି ।
ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ବ୍ୟକ୍ତିଗତ ଭାବେ ଏହି ଘଟଣା ଉପରେ ନଜର ରଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ତରଫରୁ ଏକ୍ସରେ ଏକ ପୋଷ୍ଟରେ କୁହାଯାଇଛି ଯେ, ସେପ୍ଟେମ୍ବର ୨୦ରୁ ୨୨ ତାରିଖ ପର୍ୟ୍ୟନ୍ତ ରାଜ୍ୟବ୍ୟାପୀ ଶୋକ ପାଳନ କରାଯିବ। ଏହି ସମୟ ମଧ୍ୟରେ ସମସ୍ତ ସରକାରୀ ମନୋରଞ୍ଜନଭିତ୍ତିକ କାର୍ୟ୍ୟକ୍ରମ ଓ ଉତ୍ସବ ବନ୍ଦ ରହିବ । ସେବା ସପ୍ତାହ ସମୟରେ ଜରୁରିକାଳୀନ ସେବା ଜାରି ରହିବ ବୋଲି କୁହାଯାଇଛି ।
ଆସାମରେ ପହଁଚିଲା ଜୁବିନ ଗର୍ଗଙ୍କ ପାର୍ଥିବ ଶରୀର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











