ପୁରୀ : ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନ୍ତର ଶେଷ । ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସକାଳ ୧୦ଟା ୫୫ରୁ ଆରମ୍ଭ ହୋଇଥିଲା ସ୍ଥାନାନ୍ତର । ଏହି ପ୍ରକ୍ରିୟା ଅପରାହ୍ଣ ୨ଟା ୫୫ରେ ଶେଷ ହୋଇଛି। ଭିତର ରତ୍ନଭଣ୍ଡାରରେ ମହାପ୍ରଭୁଙ୍କର ରତ୍ନ ଅଳଙ୍କାର ସ୍ଥାନାନ୍ତରିତ ହେଲା ପରେ ଏହାକୁ ସିଲ୍ କରିଦିଆଯାଇଛି। ତାପରେ ଦୁଇଟି ତାଲା ଲଗାଯାଇଛି। ଏହି ତାଲାଗୁଡ଼ିକର ଚାବି ଟ୍ରେଜେରିରେ ରଖାଯିବ। ସରକାରଙ୍କ ଏସ୍ଓପି ଅନୁଯାୟୀ ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର ସ୍ଥାନାନ୍ତରିତ କରାଯାଇଛି। ସମସ୍ତ ସ୍ଥାନାନ୍ତର ପ୍ରକ୍ରିୟାର ଭିଡିଓଗ୍ରାଫି କରାଯାଇଛି। ପରବର୍ତ୍ତୀ ସମୟରେ ବାହାର ରତ୍ନଭଣ୍ଡାରରେ ଅଳଙ୍କାର ସ୍ଥାନାନ୍ତର କରାଯିବ। ଶ୍ରୀମନ୍ଦିର ପ୍ରଶାସନ ତରଫରୁ ପ୍ରାଧିକୃତ ଜଷ୍ଟିସ୍ ବିଶ୍ବନାଥ ରଥଙ୍କ ସମେତ ୧୧ ଜଣିଆ ଟିମ୍ ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ଏଣେ ଶ୍ରୀଜିଉଙ୍କ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ସରିବା ପରେ ଶ୍ରୀଜୀଉଙ୍କ ଦର୍ଶନ ସ୍ବାଭାବିକ ହୋଇଛି।
Views: 40