The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୩୬ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୩୭ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬ ଜଣ ରହିଛନ୍ତି ।

ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୨୩୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୭୬୪୫୮୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login