ଭୁବନେଶ୍ୱର : ପଛକୁ ପଛ ଲଘୁଚାପ । ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ । ବଙ୍ଗୋପସାଗରରେ ପୁଣି ଲୋ ପ୍ରେସର । ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ସଂଲଗ୍ନବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଜି ଏହା ଉତ୍ତରପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଅବପାତର ରୂପ ନେବ । ଆସନ୍ତକାଲି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ୨୮ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
Views: 45