ଭୁବନେଶ୍ୱର : ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ଦେବେ ଏହି ପରୀକ୍ଷା । ଲଘୁଚାପ ଓ ଲଗାଣ ବର୍ଷା ପାଇଁ ପରୀକ୍ଷା କେନ୍ଦ୍ରରେ ୨୪ ଘଣ୍ଟିଆ ପାୱାର ସପ୍ଲାଇ ପାଇଁ ଚିଠି ଲେଖିଲା ବୋର୍ଡ । ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଏ ନେଇ ଚିଠି ଲେଖା ହୋଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ହୋଇଛି ସିସିଟିଭି ବ୍ୟବସ୍ଥା । ବୋର୍ଡରେ ରହିଛି ଇଣ୍ଟିଗ୍ରେଟେଡ଼ କମାଣ୍ଡ କଣ୍ଟ୍ରୋଲ ରୁମ । ବୋର୍ଡରୁ ସମସ୍ତ ପରୀକ୍ଷା ନିରୀକ୍ଷଣ କରି ପାରିବେ ଅଧିକାରୀ ପରୀକ୍ଷାରେ ଅନିୟମିତତା ତଥା ଭାଇରାଲ୍ ଓ କପି ଆଦି ନିୟନ୍ତ୍ରଣ ପାଇଁ ପୂର୍ବ ପରି ପ୍ରତି ପ୍ରଶ୍ନପତ୍ରରେ କ୍ୟୁଆର୍ କୋର୍ଡ ଏବଂ ୱାଟର୍ ମାର୍କ ରହିଛି । ଏହି ସ୍ପେସାଲ୍ ଓଟିଇଟି ପାଇଁ ରାଜ୍ୟରେ ଆବେଦନରତ ୭୫ ହଜାରରୁ ଅଧିକ ଇନ୍ସର୍ଭିସ ଶିକ୍ଷକଙ୍କ ମଧ୍ୟରୁ ୨ ହଜାର ୬ ଶହ ଜଣ ଶାରୀରିକ ଅକ୍ଷମ ପ୍ରାର୍ଥୀ ଥିବା ସୂଚନା ମିଳିଛି । ଉକ୍ତ ପ୍ରାର୍ଥୀମାନଙ୍କୁ ଅଧିକ ୫୦ ମିନିଟ୍ ସମୟ ଦିଆଯିବ । ଏହି ପରୀକ୍ଷା ଦୁଇଟି ସିଟିଂରେ ହେବ । ପେପର-୧ ପରୀକ୍ଷା ପ୍ରଥମ ସିଟିଂରେ ସକାଳ ୯ଟାରୁ ଦିନ ୧୧ଟା ୩୦ ମିନିଟ୍ ପର୍ୟ୍ୟନ୍ତ ଚାଲିବ । ସେହିପରି ପେପର-୨ ପରୀକ୍ଷା ଅପରାହ୍ନ ୨ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ୩୦ ମିନିଟ୍ରେ ଶେଷ ହେବ । ପୂର୍ବ ପରି ସେହି ପୁରୁଣା ପାର୍ଟନ ଅନୁସାରେ ପ୍ରଶ୍ନ ପ୍ରସ୍ତୁତି କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











