ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ସ୍ଥଗିତ ଘୋଷଣା । ଅକ୍ଟୋବର ୫ ଓ ୬ରେ ହେବାକୁ ଥିବା ଲିଖିତ ପରୀକ୍ଷା ସ୍ଥଗିତ । ଅପ୍ରତ୍ୟାଶିତ ଘଟଣାକ୍ରମକୁ ନେଇ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି । ଓପିଆରବି ଅଧ୍ୟକ୍ଷଙ୍କ ପକ୍ଷରୁ ଏ ନେଇ ସୂଚନା ଜାରି । ସାନି ପରୀକ୍ଷା ତାରିଖ ଶୀଘ୍ର ଘୋଷଣା ନେଇ ସୂଚନା । ଆନ୍ଧ୍ର ଶ୍ରୀକାକୁଲରମରେ କିଛି ଏସଆଇ ଆଶାୟୀ ଅଟକ ପରେ ତତ୍ପରତା । ପରୀକ୍ଷାରେ ଜାଲିଆତି ପାଇଁ ହାଇଦ୍ରାବାଦ ଯିବାବେଳେ ଧରାପଡିଥିଲେ ।
୧୧୭ ପରୀକ୍ଷାର୍ଥୀ , ୨ ଦଲାଲ ଗିରଫ । ପଚରାଉଚରା ପରେ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଏହି କେଲେଙ୍କାରୀରେ ୨୯ କୋଟି ୨୫ ଲକ୍ଷ ଟଙ୍କାର ଲାଞ୍ଚ କାରବାର ପାଇଁ ହୋଇଥିବା ଡିଲ୍ ସମ୍ପର୍କିତ ତଥ୍ୟ ସାମ୍ନାକୁ ଆସିଛି। ଗିରଫ ହୋଇଥିବା ୧୧୭ ଜଣ ପରୀକ୍ଷାର୍ଥୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆଦାୟ ହୋଇଥିଲା । ସୂଚନା ଅନୁସାରେ ରାଜ୍ୟରେ ହେବାକୁ ଥିବା ପୋଲିସ ଝଓ ପରୀକ୍ଷା ସ୍ଥଗିତ କରାଯାଇଛି । ଆସନ୍ତା ଅକ୍ଟୋବର ୫ ଓ ୬ ତାରିଖରେ ହୋଇଥାନ୍ତା ଏସଆଇ ପରୀକ୍ଷା । ପରବର୍ତ୍ତୀ ସମୟରେ ପରୀକ୍ଷା ତାରିଖ ଘୋଷଣା ହେବ । ତେବେ ଲାଞ୍ଚ କାରବାର ଓ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିବା ପରେ ପରୀକ୍ଷା ସ୍ଥଗିତ ଘୋଷଣା ହୋଇଛି ।
ବଡ଼ କଥା ହେଲା ବ୍ରହ୍ମପୁର ପୋଲିସ ଆନ୍ଧ୍ର ଶ୍ରୀକାକୁଲମରୁ ୧୨୦ ପରୀକ୍ଷାର୍ଥୀଙ୍କୁ ଧରିବା ପରେ ବୋର୍ଡ ସଜାଗ ହୋଇଉଠିଥିଲା । ପରୀକ୍ଷା ପୂର୍ବରୁ ଜାଲିଆତି ପାଇଁ ଏହି ୧୨୦ ପରୀକ୍ଷାର୍ଥୀଙ୍କୁ ହାଇଦ୍ରାବାଦ ନିଆଯାଉଥିଲା । ତେବେ ପୋଲିସ ଖବର ପାଇ ସେମାନଙ୍କୁ ଶ୍ରୀକାକୁଲମରେ ଧରି ବ୍ରହ୍ମପୁର ଆଣି ପଚରାଉଚରା କରୁଛି । ପରୀକ୍ଷା ଦାୟିତ୍ବରେ ଥିବା ସଂସ୍ଥା ସେମାନଙ୍କୁ ଜାଲିଆତି ପାଇଁ ନେଉଥିଲା ବୋଲି ସୂଚନା ମିଳିଥିଲା । ଏହାପରେ ବୋର୍ଡ ପକ୍ଷରୁ ଏକ ହେଲ୍ପ ଲାଇନ ନମ୍ବର ମଧ୍ୟ ଜାରି କରାଗଲା ।
ପୋଲିସ ପରୀକ୍ଷା ସ୍ଥଗିତ ; ୧୧୭ ପରୀକ୍ଷାର୍ଥୀ, ୨ ଦଲାଲ ଗିରଫ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











