ଭୁବନେଶ୍ୱର : SI ପରୀକ୍ଷା କେଳେଙ୍କାରୀ ପ୍ରସଙ୍ଗ । ରତ୍ନପ୍ରଭାଙ୍କୁ ତଦନ୍ତ ଦାୟିତ୍ୱ । କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ତଦନ୍ତ ଦାୟିତ୍ୱ । ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ସମସ୍ତ ମାମଲାର ତଦନ୍ତ କରିବେ । ସୁପରଭାଇଜିଂ ଅଫିସର ଭାବେ କ୍ରାଇମବ୍ରାଞ୍ଚ ଏସପି ଅନୀଲ ବେଉରିଆଙ୍କୁ ଦାୟିତ୍ୱ । ଏହି କେଳେଙ୍କାରୀରେ ରାଜନେତାଙ୍କ ଠାରୁ ଆରମ୍ଭ କରି ବରିଷ୍ଠ ପୁଲିସ ଅଧିକାରୀଙ୍କ ସମ୍ପୃକ୍ତି ରହିଥିବା ସନ୍ଦେହ ବଢ଼ିଲାଣି। କେବଳ ସେତିକି ନୁହେଁ, ଯେଉଁ ସବୁ ସଂସ୍ଥାରେ ପୂର୍ବରୁ କଳାଦାଗ ଲାଗିଛି, ପ୍ରଶ୍ନପତ୍ର ପ୍ରସ୍ତୁତି ଓ ପରୀକ୍ଷା ପରିଚାଳନା ପାଇଁ ସେହି ସବୁ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରାଯାଇଛି। କ୍ରାଇମ୍ବ୍ରାଞ୍ଚ ଏବେ ଏସବୁ ଦିଗକୁ ନେଇ ତନାଘନା କଲାଣି। ଅନ୍ୟପକ୍ଷରେ ଏହି ଘଟଣାରେ ପୁଲିସ ୧୧୪ ଜଣ ପରୀକ୍ଷାର୍ଥୀ ଓ ୩ଜଣ ଦଲାଲଙ୍କୁ ଗିରଫ କରିଥିବା ବେଳେ ରୢାକେଟ୍ ପଛର ମାଷ୍ଟରମାଇଣ୍ଡ ଏବେ ବି ଫେରାର ଅଛନ୍ତି। କ୍ରାଇମ୍ବ୍ରାଞ୍ଚ ଟିମ୍ ସିଲିକନ୍ ଟେକ୍ ଲ୍ୟାବ୍ର ମାଲିକଙ୍କ ସମେତ ୫ରୁ ଅଧିକଙ୍କୁ ମାରାଥନ ଜେରା କରି ଅନେକ ତଥ୍ୟ ହାତେଇଛି।
SI ପରୀକ୍ଷା କେଳେଙ୍କାରୀ ; ରତ୍ନପ୍ରଭାଙ୍କୁ ତଦନ୍ତ ଦାୟିତ୍ୱ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











