ପୁରୀ : ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ । ଏନେଇ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ସକାଳୁ ସକାଳୁ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ସଂକଳ୍ପ କରି ବ୍ରତ ଆରମ୍ଭ କରିଛନ୍ତି ହବିଷ୍ୟାଳୀ । ଆଜି ଠାରୁ ଏକ ମାସ ପର୍ୟ୍ୟନ୍ତ ବ୍ରତ ପାଳନ କରିବେ ହବିଷ୍ୟାଳି କ୍ଷ ପୁରୀ ର ୫ ଟି ହବିଷ୍ୟାଳୀ କେନ୍ଦ୍ର ରେ ୨୫ଶହ ହବିଷ୍ୟାଳୀଙ୍କ ପାଇଁ ରହିବାର ବ୍ୟବସ୍ଥା ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ହବିଷ୍ୟାଳିଙ୍କ ନିମନ୍ତେ ଜଗନ୍ନାଥ ଦର୍ଶନ, ମହାପ୍ରସାଦ ସେବନ ଆଦିର ବ୍ୟବସ୍ଥା କରାଯାଇଛି କ୍ଷ ତତସହିତ ହବିଷ୍ୟାଳୀ ଶିବିରରେ ସ୍ବାସ୍ଥ୍ୟ ପରୀକ୍ଷା, ପାନୀୟ ଜଳ ଓ ସ୍ବେଚ୍ଛାସେବୀଙ୍କ ସହଯୋଗ ବ୍ୟବସ୍ଥା ମଧ୍ୟ କରାଯାଇଛି । ହବିଷ୍ୟାଳୀମାନଙ୍କ ପାଇଁ ସନ୍ଧ୍ୟାରେ ପାଲା, ଦାସ କାଠିଆ ଆଦି ପରିବେଷଣ ନେଇ ବ୍ୟବସ୍ଥା ମଧ୍ୟ କରାଯାଇଛି । ତୀର୍ଥ ପୁଷ୍କରିଣୀରେ ହବିଷ୍ୟାଳୀମାନେ ସ୍ନାନ କରିବାକୁ ଦୃଷ୍ଟିରେ ରଖାଯାଇ ସେଠାରେ ଅଗ୍ନିଶମ ବିଭାଗ ପକ୍ଷରୁ ମଧ୍ୟ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।ପୁରୀ ସହରରେ ଟ୍ରାଫିକ ବ୍ୟବସ୍ଥାକୁ ସୁପରିଚାଳନା କରିବା ପାଇଁ ଅଭିଜ୍ଞ ପୋଲିସ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ଏବଂ ସୁରକ୍ଷା ବ୍ୟବସ୍ଥା ପାଇଁ ୨୨ ପ୍ଲାଟୁନ ପୋଲିସ ଫୋର୍ସ, ୪ ଅତିରିକ୍ତ ଏସପି, ୧୫ ଡିଏସପି, ୧୫ ଇନ୍ସପେକ୍ଟର, ୬୫ ଜଣ ସବ ଇନ୍ସପେକ୍ଟର, ୧୦୦ କନଷ୍ଟେବଳଙ୍କୁ ମୁତୟନ କରାଯାଇଛି। ସେହିପରି ସିସିଟିଭିରେ ସମଗ୍ର ଅଞ୍ଚଳକୁ ନଜର ରଖାଯାଇଥିବା ବେଳେ ଏନେଇ ଏକ କଣ୍ଟ୍ରୋଲ ରୁମ୍ ମଧ୍ୟ କରାଯାଇଛି ।
ଆଜିଠୁ ଆରମ୍ଭ କାର୍ତ୍ତିକ ବ୍ରତ, ପୁରୀରେ ହିବଷ୍ୟାଳୀଙ୍କ ଭିଡ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











