ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର ମାସର ୬ରୁ ୧୧ ତାରିଖ ମଧ୍ୟରେ ରୁପା ଦାମ୍ରେ ୧୯ ହଜାର ଟଙ୍କାର ବୃଦ୍ଧି ହୋଇଛି । ଫଳରେ ରୁପା କେଜି ୧,୯୦,୦୦୦ ଟଙ୍କା ଭଳି ରେକର୍ଡ ସ୍ତରରେ ପହଞ୍ଚିଯାଇଛି । ସୁନା ବି ମହଙ୍ଗା ହୋଇଛି । ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ପିଛା ଦାମ୍ ୫୬୦୦ ଟଙ୍କା ଓ ୨୪ କ୍ୟାରେଟ୍ ସୁନା ଦାମ୍ ୬୧୨୦ ଟଙ୍କା ବଢ଼ିଛି । ଧନତେରାସ ପୂର୍ବରୁ ଏଭଳି ଦରବୃଦ୍ଧି ଗ୍ରାହକଙ୍କ ପକେଟ ଉପରେ ପ୍ରଭାବ ପକାଇଛି । ଟ୍ରମ୍ପଙ୍କ ଟାରିଫ୍ ନୀତି ସହ ରାଜନୈତିକ ସଙ୍କଟକୁ ଏଥିପାଇଁ ଦାୟୀ କରିଛନ୍ତି ବଜାର ବିଶେଷଜ୍ଞ । ବିଶେଷଜ୍ଞମାନଙ୍କ କହିବାନୁସାରେ ଆମେରିକୀୟ ଡଲାର ତୁଳନାରେ ଟଙ୍କା ଦୁର୍ବଳ ସ୍ଥିତିରେ ଥିବାରୁ ସୁନା ଆମଦାନୀ ମହଙ୍ଗା ହୋଇଛି। ଅନ୍ତର୍ଜାତୀୟ ବଜାରରେ ମଧ୍ୟ ସୁନାର ଆଉନ୍ସ ପିଛା ଦର ପ୍ରଥମ ଥର ୪୦୦୦ ଡଲାରରୁ ଅଧିକ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶୁଳ୍କ ନୀତିରେ ଅନିଶ୍ଚିତତା, ଭୂରାଜନୈତିକ ସଙ୍କଟ ଆଦିକୁ ମଧ୍ୟ ସୁନା ଓ ରୁପା ଦରବୃଦ୍ଧିର ଅନ୍ୟତମ କାରଣ କୁହାଯାଉଛି।
ସୁନା ପରେ ଏବେ ରୁପା ଦର ଉପରମୁହାଁ ; ରୁପା କେଜି ୧ ଲକ୍ଷ ୯୦ ହଜାର ଛୁଇଁଲାଣି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











