The Ultimate Managed Hosting Platform
ADVERTISEMENT

ଏଣିକି ଅନଲାଇନରେ ହୋଇ ପାରିବ ଜମି ଡିମାର୍କେସନ

Facebook
Twitter
LinkedIn

ଭୁବନେଶ୍ୱର : ଡିମାର୍କସେନ ପାଇଁ ଆଉ ବାରମ୍ବାର ତହସିଲ ଅଫିସ ଦୌଡିବାକୁ ପଡ଼ିବନି କିମ୍ବା କାହାକୁ ହାତଗୁଞ୍ଜା ଦେବାକୁ ପଡିବନି । ଏଣିକି ଜମି ଡିମାର୍କସେନ ପାଇଁ ଅନଲାଇନରେ ଆବେଦନ କଲେ ମିଳିବ ତାରିଖ । ସେହିଦିନ ତହସିଲ ଅଧିକାରୀ, ଅମିନ ଓ ପୋଲିସ ଆସି ଆପଣଙ୍କ ଜମିର ଡିମାର୍କସେନ କରିବେ । ଆବେଦନ ପାଇଁ ପ୍ରଥମେ ରାଜସ୍ବ ବିଭାଗର ଅନଲାଇନ ସାଇଟକୁ ଯିବାକୁ ପଡିବ । ସେଥିରେ ମୋବାଇଲ ନମ୍ବର ପଞ୍ଜିକରଣ କରି ଡିମାର୍କସେନ ପାଇଁ ଆବେଦନ କରିବାକୁ ହେବ। ପରେ ଆବଶ୍ୟକୀୟ ଜମି କାଗଜ ପତ୍ର ସହ ଫି ଦେବାକୁ ପଡିବ । ଆବେଦନ ସବମିଟ କରିବା ପରେ ତହସିଲଦାର ଆପଣଙ୍କ ଆବେଦନ ଯାଞ୍ଚ କରି ଆପଣଙ୍କ ମୋବାଇଲ ନମ୍ବରକୁ ତାରିଖ ପଠାଇବେ । ଏସଏମଏସ ଦ୍ବାରା ତାରିଖ ଆସିବ । ସେହିଦିନ ତହସିଲ ଅଧିକାରୀ ଏବଂ ଅମିନ ଆସି ଆପଣଙ୍କ ଜମିର ଡିମାର୍କସେନ କରିବେ । ରାଜସ୍ୱ ବିଭାଗ ଅଧିକାରୀଙ୍କ ଦୁଇଦିନିଆ ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login