ଭୁବନେଶ୍ୱର : ବାର୍ଷିକ ୧୮ ହଜାର ଟଙ୍କାର ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଯୋଜନା । କେନ୍ଦ୍ର ଓ ରାଜ୍ୟ ଠାରୁ ୧୮ ହଜାରରୁ ଉଦ୍ଧ୍ୱର୍ ଆର୍ଥିକ ସହାୟକା ପାୁଥିଲେ ଅଯୋଗ୍ୟ ହେବେ । ଏ ନଇ ଉଚ୍ଚଶିକ୍ଷା ଓ ଏସସି-ଏସଟି ବିଭାଗକୁ ମହିଳା ଓ ଶିଶୁ ବିକାଶ ବିଭାଗର ଚିଠି । ଏଭଳି ସହାୟତା ପାଉଥିବା ୨୧ ବର୍ଷରୁ ଉଦ୍ଧ୍ୱର୍ ମହିଳାଙ୍କ ତଥ୍ୟ ଦେବାରୁ ନିଦେ୍ର୍ଦଶ । ‘ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ। ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮ ହଜାର ଟଙ୍କା କିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ, ସେକ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ୟ ଘୋଷିତ ହେବେ। ଏନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି। ଛାତ୍ରୀମାନଙ୍କୁ ଯେଉଁ ଛାତ୍ରବୃତ୍ତି ରାଶି ପ୍ରଦାନ କରାଯାଉଛି, ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ୟ୍ୟରେ ବ୍ୟୟ ହେଉଛି, ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆଯାଇପାରୁନାହିଁ।ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।
ଏମାନଙ୍କୁ ମିଳିବନି ସୁଭଦ୍ରା ଟଙ୍କା, ଜାଣି ରଖନ୍ତୁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











