ଭୁବନେଶ୍ୱର : ଆଜି ଆଲୋକର ପର୍ବ ଦୀପାବଳି । ଗାଁଠୁ ସହର ସବୁ ଉତ୍ସବମୁଖର । ଚାରିଆଡ଼େ ଖୁସିର ମାହୋଲ । ରଙ୍ଗୀନ ଆଲୋକମାଳାରେ ଘର ସଜେଇ ରଖିଛନ୍ତି ଲୋକେ । ସନ୍ଧ୍ୟାରେ ବାଣ ଫୁଟାଇ ଖୁସି ମନାଇବେ ଲୋକ । ସନ୍ଧ୍ୟା ୭ଟାରୁ ରାତି ୯ଟା ପର୍ୟ୍ୟନ୍ତ ବାଣ ଫୁଟାଇବା ପାଇଁ ଅନୁମତି ମିଳିଛି । ଆନନ୍ଦ, ଆଲୋକ, ଉତ୍ସାହ, ସୁଖ, ସମୃଦ୍ଧିକୁ ନେଇ ଆସିଛି ଦୀପାବଳି । ଅନ୍ୟାୟ ଉପରେ ନ୍ୟାୟର, ଅଧର୍ମ ଉପରେ ଧର୍ମର, ଅସତ୍ୟ ଉପରେ ସତ୍ୟର ଓ ଅନ୍ଧକାର ଉପରେ ଆଲୋକର ପର୍ବ ହେଉଛି ପବିତ୍ର ଦୀପାବଳି । ଚାରିଆଡେ ଖୁସିରେ ଲୋକମାନେ ପାଳୁଛନ୍ତି ଶୁଭ ଦୀପାବଳି । ହିନ୍ଦୁ ପରମ୍ପରାରେ ଆଲୋକର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଅନ୍ଧକାର ହେଲା ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଆଉ ଆଲୋକ ଅର୍ଥ ପବିତ୍ରତା। ତେଣୁ ଘରକୁ ଆଲୋକମାଳାରେ ସଜାଇ ନକରାତ୍ମକ ଶକ୍ତିକୁ ଘରୁ ବାହାର କରିଦେବାକୁ ଲୋକେ ଏହି ପର୍ବ ପାଳନ କରନ୍ତି। ଦୀପାବଳି ସାଙ୍ଗକୁ ସାରା ଦେଶରେ ଆରମ୍ଭ ହୋଇଛି ମା କାଳୀଙ୍କ ପୂଜା। ବିଭିନ୍ନ ସ୍ଥାନରେ ମା କାଳୀଙ୍କ ପୂଜା ପାଇଁ ଉତ୍ସବ ମୁଖର ହୋଇଉଠିଛି।
ଆଜି ଦୀପାବଳି ; ଆନନ୍ଦ, ଉଲ୍ଲାସର ପର୍ବ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











