ଭୁବନେଶ୍ୱର : ଗୋଟିଏ ନୁହେଁ ଲଗାତାର ୩ଟି ଲଘୁଚାପ ନେଇ ଆକଳନ । ପାଣିପାଗ ବିଜ୍ଞାନୀ ଶରତ ସାହୁଙ୍କ ଆକଳନ । ଗୋଟିଏ ସୃଷ୍ଟି ହୋଇଛି, ୨୬ ବେଳକୁ ଦ୍ୱିତୀୟ , ୨୯ ବେଳକୁ ୩ୟ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ବର୍ତ୍ତମାନ ସୃଷ୍ଟି ହୋଇଥିବା ଲଘୁଚାପ ବେଶୀ ଘନୀଭୂତ ହୋଇ ନ ପାରେ । ତଥାପି ଦକ୍ଷିଣ ଓଡିଶା ଜିଲ୍ଲାମାନଙ୍କରେ ଅଧିକ ବର୍ଷା ହୋଇପାରେ । ୨୬-୨୭ ବେଳକୁ ଯେଉଁ ସିଷ୍ଟମ ସୃଷ୍ଟି ହେବ ଅଧିକ ଘନୀଭୂତ ସମ୍ଭାବନା । ପ୍ରଥମଟିର ବେଶୀ ପ୍ରଭାବ ନ ପଡିପାରେ , ଦ୍ୱିତୀୟର ପ୍ରଭାବ ବେଶୀ ରହିବ । ମାତ୍ର ୩ଟି ଲଘୁଚାପ ନେଇ ଆଇଏମଡି ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ ।
ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ବର୍ଷା ନେଇ ଆଲର୍ଟରେ ପ୍ରଶାସନ । ରାଜସ୍ୱ ଓ ବିପ ର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା । ସବୁ ସ୍ଥିତି ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ସମସ୍ତେ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିଦେ୍ର୍ଦଶ ଦିଆଯାଇଛି । ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି । କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା ଏ ଯାଏଁ କେବଳ ବର୍ଷା ଆକଳନ କରିଛି । ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡିଶାରେ ଅଧିକ ବର୍ଷା ହେବା ସମ୍ଭାବନା । ଦକ୍ଷିଣ ଓଡିଶାରେ ରେଡ ଓ ଉପକୂଳରେ ଅରେଞ୍ଜ ଆଲର୍ଟ ରହିଛି ।
ଗୋଟିଏ ନୁହେଁ ୩ଟି ଲଘୁଚାପ ! ଦକ୍ଷିଣ ଓଡିଶାକୁ ରେଡ ଆଲର୍ଟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











