ନୂଆଦିଲ୍ଲୀ : ପାକ ସେନା ଗାଡିକୁ ଆକ୍ରମଣ । ୫ ଜଣ ସୈନିକଙ୍କ ଚାଲିଗଲା ଜୀବନ ।ବଲୋଚିସ୍ତାନର ଆମ୍ବସରେ ୫ ପାକ ସୈନିକ ମୃତ । ବଲୋଚିସ୍ତାନ ଲିବରେସନ ଆର୍ମି(ବିଏଲଏ)ର ଆକ୍ରମଣ ସୂଚନା । ତାଲିବାନ ଆତଙ୍କବାଦୀମାନେ ଏକ ରାଷ୍ଟ୍ରାୟତ୍ତ ଗ୍ୟାସ୍ କମ୍ପାନୀ ଟିମକୁ ସୁରକ୍ଷା ଦେଉଥିବା ଅର୍ଦ୍ଧସାମରିକ ବାହିନୀ ଉପରେ ଆକ୍ରମଣ । ଫଳରେ ଅତି କମରେ ପାଞ୍ଚ ଜଣ ଅର୍ଦ୍ଧସାମରିକ ସୈନିକ ନିହତ ହୋଇଛନ୍ତି ଏବଂ ପ୍ରାୟ ୧୨ ଜଣ ଆହତ ହୋଇଛନ୍ତି ।
ଖୈବର ପଖତୁନଖ୍ୱା ପ୍ରଦେଶର ଡେରା ଇସମାଇଲ ଖାନ ଜିଲ୍ଲାର କୋଟ ଲାଲୁ ନିକଟରେ ଏହି ଘଟଣା ଘଟିଛି । ଯେଉଁଠାରେ ସୈନିକମାନେ ସୁଇ ନର୍ଦର୍ଣ୍ଣ ଗ୍ୟାସ୍ ପାଇପଲାଇନ୍ କମ୍ପାନୀର ଶ୍ରମିକମାନଙ୍କୁ ସୁରକ୍ଷା ପ୍ରଦାନ କରୁଥିଲେ । ଅଧିକାରୀମାନେ କହିଛନ୍ତି ଯେ, ଆକ୍ରମଣକାରୀମାନେ ନିଷିଦ୍ଧ ତେହେରିକ-ଏ-ତାଲିବାନ୍ ପାକିସ୍ତାନ ବା ଟିଟିପିର ଥିଲେ । ଆତଙ୍କବାଦୀମାନେ କୌଣସି ଚେତାବନୀ ନ ଦେଇ ଗୁଳି ଚଳାଇବାରୁ ଏଭଳି ଘଟଣା ଘଟିଛି । ପାଲଟା କାର୍ୟ୍ୟାନୁଷ୍ଠାନରେ ସୁରକ୍ଷା ବାହିନୀ ଅତି କମରେ ୮ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଛି ।
ପାକ ସେନା ଗାଡିକୁ ଆକ୍ରମଣ ; ୫ ଜଣଙ୍କର ଚାଲିଗଲା ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











