ଭୁବନେଶ୍ୱର : ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜିଲ୍ଲା ପ୍ରଶାସନକୁ ଆଲର୍ଟ କଲେ ରାଜ୍ୟ ସରକାର । ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ନଜରରେ ରଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି ।
କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି । ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି । ତେଣୁ ଦକ୍ଷିଣ ଓଡ଼ିଶାକୁ ରେଡ଼ ଆଲର୍ଟରେ ରଖାଯାଇଛି ।
Views: 35











