ମୁମ୍ବାଇ : ପୁଣି ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି । ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଆମେରିକାର ନୱାର୍କ ଯାଉଥିବା ଏୟାର ଇଣ୍ଡିଆ ବିମାନ AI ୧୯୧ ଉଡ଼ାଣ ଭରିବାର କିଛି ସମୟ ପରେ ମୁମ୍ବାଇ ଫେରିଛି । ମୁମ୍ବାଇରେ ଜରୁରୀ ଅବତରଣ କରିଛି ଏୟାର ଇଣ୍ଡିଆ ବିମାନ । ବିମାନଟି ଟେକ୍ ଅଫ୍ କରିବାର କିଛି ସମୟ ପରେ ବୈଷୟିକ ତ୍ରୁଟି ଦେଖାଦେବା ପାଇଲଟ ଆଶଙ୍କା କରିଥିଲେ । ତେଣୁ ବିମାନକୁ ମୁମ୍ବାଇରେ ଜରୁରୀ ଅବତରଣ କରିଥିଲେ । ବିମାନଟି ସୁରକ୍ଷିତ ଲ୍ୟାଣ୍ଡିଂ କରିଥିଲା । ଖବର ମୁତାବକ, ଏୟାର ଇଣ୍ଡିଆ ବିମାନ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରୁ ରାତି ୧.୧୪ ମିନିଟରେ ଉଡ଼ାଣ ଭରିଥିଲା । କିନ୍ତୁ ଅଧା ଘଣ୍ଟା ପରେ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ତେଣୁ ପାଇଲଟ ବିମାନକୁ ମୁମ୍ବାଇ ଫେରାଇ ଆଣିବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହାପରେ ଭୋର ୩ଟାରେ ବିମାନଟି ଜରୁରୀ ଅବତରଣ କରିଥିଲା । ଆଉ ଯାତ୍ରୀଙ୍କୁ ନିଜ ଗନ୍ତବ୍ୟ ସ୍ଥଳକୁ ପଠାଇବା ପାଇଁ ଅନ୍ୟ ଏକ ବିମାନର ବ୍ୟବସ୍ଥା କରାଯାଇଥିଲା ।
ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
Facebook
Twitter
LinkedIn
Facebook
Twitter
LinkedIn
Recent News
୪ ଟି ଜିନିଷ ଆପଣଙ୍କୁ ହାଡକୁ କରିବ ଦୁର୍ବଳ !
ବ୍ୟୁରୋ : ଦିନକୁ ଦିନ ବଦଳୁଥିବା ଖାଦ୍ୟ ପାନୀୟର ଭୁଲ୍ ଅଭ୍ୟାସ ଯୋଗୁଁ ଆଜି ପ୍ରତି ୫ ଜଣରେ ଜଣେ ବ୍ୟକ୍ତି କୌଣସି ନା କୌଣସି ସ୍ବାସ୍ଥ୍ୟ...
ନବକଳେବର ହେବ କଲେକ୍ଟରେଟ ବିଲ୍ଡିଂ
ଭୁବନେଶ୍ୱର : ସବୁ ଜିଲ୍ଲାପାଳ କାର୍ଯ୍ୟାଳୟ ଗୁଡିକର ହେବ ନବକଳେବର । ମଡେଲ ଯୋଜନା ଅନୁଯାୟୀ ନୂଆ କଲେକ୍ଟରେଟ କୋଠା ନିର୍ମାଣ ହେବ । କଲେକ୍ଟରେଟ କୋଠାରେ...
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ
ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...
୯ ଜେଲରୁ ୧୩ କଏଦୀ ଫେରାର
ଭୁବନେଶ୍ୱର : ଜେଲରୁ କଏଦୀ ଫେରାର ନେଇ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର । ଗତବର୍ଷ ଜୁଲାଇରୁ ଏଯାବତ ୯ଟି ଜେଲରୁ ୧୩ କଏଦୀ ଫେରାର ହୋଇଛନ୍ତି ।...











