ଭୁବନେଶ୍ୱର : ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ । ଲୋକସମ୍ପର୍କ ଅଧିକାରୀ ନିଲମ୍ବିତ । ଲୋକସମ୍ପର୍କ ଅଧିକାରୀ ତନୁଜା ମହାନ୍ତିଙ୍କୁ ନିଲମ୍ବନ କଲେ ନିର୍ବାଚନ କମିଶନ । ନୂଆପଡା ଉପନିର୍ବାଚନରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ । ନିଲମ୍ବନ ଅବଧି ମଧ୍ୟରେ ତନୁଜା ରାଜ୍ୟ ମୁଖ୍ୟାଳୟ ଭୁବନେଶ୍ୱରରେ ରହିବେ । ବିନା ଅନୁମତିରେ ମୁଖ୍ୟାଳୟ ନ ଛାଡିବାକୁ କମିଶନଙ୍କ ନିଦେ୍ର୍ଦଶ । ନଭେମ୍ବର ୧୧ରେ ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଉପ-ନିର୍ବାଚନ ହେବ। ଏଥିପାଇଁ ନିର୍ବାଚନ ଆଚରଣ ବିଧି ଲାଗୁ କରାଯାଇଛି। କେହି ଏହାକୁ ଉଲଂଘନ କଲେ କଡ଼ା କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ସ୍ପଷ୍ଟ କରିଥିଲେ ନିର୍ବାଚନ କମିସନ। ଏହା ସତ୍ତ୍ବେ ବି ଲୋକସମ୍ପର୍କ ଅଧିକାରୀ ତନୁଜା ମହାନ୍ତି ନିୟମ ଉଲଂଘନ କରିଥିବା ହେତୁ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଛି। ବିନା ଅନୁମତିରେ ସେ ମୁଖ୍ୟାଳୟ ଛାଡିବେ ପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି। ଏହା ସହ ସେ ପ୍ରତିଦିନ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକଙ୍କ ସମ୍ମୁଖରେ ରିପୋର୍ଟ କରିବେ।
ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ; ଲୋକ ସମ୍ପର୍କ ଅଧିକାରୀ ନିଲମ୍ବିତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











