The Ultimate Managed Hosting Platform
ADVERTISEMENT

E-KYC କରିନଥିଲେ ନଭେମ୍ବରରୁ ମିଳିବନି ଚାଉଳ

Facebook
Twitter
LinkedIn

ଭୁବନେଶ୍ୱର : ଇ-କେୱାଇସି କରି ନ ଥିଲେ ନଭେମ୍ବରରୁ ଆଉ ମିଳିବନି ଚାଉଳ । କିଛି ଦିନ ତଳେ ରାସନ କାର୍ଡଧାରୀଙ୍କୁ ଏଭଳି ଚେତାବନୀ ଦେଇଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ଯାତ୍ରା ଆଜି ଅକ୍ଟୋବର ମାସ ଶେଷ ହେଉଛି । ତଥାପି ରାଜ୍ୟରେ ୧୫ଲକ୍ଷରୁ ଅଧିକ ହିତାଧିକାରୀ ଇ-କେୱାଇସି କରି ନାହାନ୍ତି । ତେଣୁ ଲକ୍ଷାଧିକ ହିତାଧିକାରୀଙ୍କୁ ରାଜ୍ୟ ସରକାର ଚାଉଳ ବନ୍ଦ କରିଦେବେ ନା ବିକଳ୍ପ ବ୍ୟବସ୍ଥା କରିବେ ତାହା ଉପରେ ନଜର ରହିଛି । ରାସନ କାର୍ଡରୁ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ଦେବା ପାଇଁ ସରକାର ଇ-କେୱାଇସି ପ୍ରକିୟା ଆରମ୍ଭ କରିଥିଲେ । ଏହାରି ଭିତରେ କେନ୍ଦ୍ର ସରକାର ଇ-କେୱାଇସି ପ୍ରକିୟା ଅବଧିକୁ ବନ୍ଦ କରିଦେଇଛନ୍ତି । ତେଣୁ ନଭେମ୍ବର ପହିଲାରୁ ଇ-କେୱାଇସି କରିନଥିବା ହିତାଧିକାରୀଙ୍କୁ ଆଉ ଚାଉଳ ମିଳିବ ନାହିଁ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login