ନବରଙ୍ଗପୁର(ବିଶ୍ଵାଜିତ ମଲ୍ଲିକ) : ନାଁ ତାଙ୍କର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ। ସ୍ୱାଧୀନ ଭାରତର ସେ ଥିଲେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ। ଗଡ଼ଜାତ ଅଞ୍ଚଳ ଓ ସ୍ୱାଧୀନ ରାଜ୍ୟଗୁଡ଼ିକୁ ଭାରତ ସହ ମିଶାଇବାରେସେ ନେଇଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା। ଭାରତର ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ୧୫୦ତମ ଜନ୍ମ ତିଥି ପାଳନ ଉପଲକ୍ଷେ ଉମରକୋଟ ପୋଲିସ ପ୍ରଶାସନ ପକ୍ଷରୁ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମର କ୍ରୀଡାବିତ ମାନଙ୍କୁ ନେଇ ଏକ ଗଣ ଦୌଡ଼ର ଝରିଗାଁ ରୋଡ଼ ଠାରୁ ବାହାରି ମିନି ଷ୍ଟାଡିୟମ ପର୍ୟ୍ୟନ୍ତ ଆୟୋଜିତ କରାଯାଇଥିଲା କ୍ଷ ଉକ୍ତ କାର୍ୟ୍ୟକ୍ରମରେ ଉପବିଭାଗୀୟ ପୋଲିସ ଅଧିକାରୀ ଶ୍ରୀ ଶୁଭେନ୍ଦୁ ଶବର, ଭାରପ୍ରାପ୍ତ ଥାନା ଅଧିକାରୀ ଶ୍ରୀ ରମାକାନ୍ତ ସାଇ, ତହସିଲଦାର ଶ୍ରୀ ମଗବାନ ବାଘ, ପୁଲିସ ଉପ ପରିଦର୍ଶକ ଶ୍ରୀ ଅକ୍ଷୟ ମିଶ୍ର, ଶ୍ରୀ ସଞ୍ଜୟ ମଣ୍ଡଳ, କ୍ରୀଡା ଶିକ୍ଷକ ଶ୍ରୀ ଏମ. ବିଜୟ କୁମାର,ଇଂ. ଚନ୍ଦନା ମଲ୍ଲିକ, ସମସ୍ତ ପୁଲିସ ଅଧିକାରୀ ତଥା ସ୍ଥାନୀୟ ବୁଦ୍ଧିଜୀବୀ ପ୍ରମୁଖ ଯୋଗ ଦେଇଥିଲେ କ୍ଷ ଆଜିର ଦିନରେ ଅର୍ଥାତ୍ ୩୧ ଅକ୍ଟୋବରରେ ଭାରତରେ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଏ । ଦେଶର ସୁରକ୍ଷା, ଏକତା ଏବଂ ଅଖଣ୍ଡତା ବଜାୟ ରଖିବା ପାଇଁ ଏହା ଏକ ପ୍ରତିବଦ୍ଧତାର ଦିନ। ତେବେ ଆସନ୍ତୁ ଦେଶର ଏକତା ବଜାୟ ରଖିବାରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଅବଦାନକୁ ସମ୍ମାନ ଦେବା।
ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ପାଳନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











