ଭୁବନେଶ୍ୱର : ରାଷ୍ଟ୍ରୀୟ ସଂଗୀତ ‘ବନ୍ଦେ ମାତରମ’କୁ ୧୫୦ ବର୍ଷ ପୂର୍ତ୍ତି । ଲୋକସେବା ଭବନରେ ସାମୂହିକ ‘‘ବନ୍ଦେ ମାତରମ’ ଗାନ କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମରେ ସାମିଲ ହୋଇ ‘‘ବନ୍ଦେ ମାତରମ’ ଗାନ କଲେ ମୁଖ୍ୟମନ୍ତ୍ରୀ । ସମସ୍ତ ସଚିବଙ୍କ ସହ ମୁଖ୍ୟ ଶାସନ ସଚିବ ବି ଗାନ କଲେ । ଲୋକସେବା ଭବନ ଅଧିକାରୀ ମଧ୍ୟ କାର୍ଯ୍ୟକ୍ରମରେ ହୋଇଥିଲେ ସାମିଲ । ଏଣେ ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍’ ଗାଇବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଥିଲା। ‘ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏଭଳି ନିଷ୍ପତ୍ତି ନିଆଯାଇଛି। ଆମର ଜାତୀୟ ଗୀତି ଭାବେ ସ୍ୱୀକୃତ ‘ବନ୍ଦେ ମାତରମ୍’ ଗୀତଟିର ରଚୟିତା ହେଉଛନ୍ତି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟ। ଏହି ଗୀତଟି ତାଙ୍କ ଲିଖିତ ‘ଆନନ୍ଦ ମଠ’ ପୁସ୍ତକରେ ସଂଯୋଜିତ ଥିଲା। ଏହି ପ୍ରସିଦ୍ଧ ଗୀତଟି ୧୮୭୫ ମସିହା ସେପ୍ଟେମ୍ବର ୭ ତାରିଖରେ ଲେଖା ଯାଇଥିଲା। ୧୮୮୨ ମସିହାରେ ଗୀତଟି ପ୍ରକାଶ ପାଇଥିଲା। ୧୯୫୦ ମସିହା ଜାନୁଆରି ୨୪ ତାରିଖରେ ଗୀତଟିକୁ ଜାତୀୟ ଗୀତି ଭାବେ ଚୟନ କରାଯାଇଥିଲା।
‘ବନ୍ଦେ ମାତରମ’କୁ ୧୫୦ ବର୍ଷ ପୂର୍ତ୍ତି, ଲୋକସେବା ଭବନରେ ‘ବନ୍ଦେ ମାତରମ’ ଗାନ କଲେ ମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











