ଭୁବନେଶ୍ୱର : ଭେଣ୍ଟିଲେଟର ସର୍ପୋଟରୁ ବାହାରିଲେ ଅଭିଜିତ ମଜୁମଦାର । ମେଡିସିନ ୱାର୍ଡକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି । ଏ ନେଇ ଏମ୍ସ ପକ୍ଷରୁ ସୂଚନା ମିଳିଛି । ତାଙ୍କର ଭାଇଟାଲ୍ସ ସ୍ଥିର ରହିଛି । ସୂଚନା ଅନୁଯାୟୀ, ଗଷ୍ଟ ୩୧ ତାରିଖରେ କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅଭିଜିତ । ଅନେକ ଦିନରୁ ଲିଭର ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ । ନିଜର ଦୈନନ୍ଦିନ କାମକୁ ଠିକ୍ ରୂପେ କରୁଥିବା ବେଳେ ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଗଣେଶ ପୂଜା ଏବଂ ଦଶହରାରେ ହେବାକୁ ଥିବା କାର୍ୟ୍ୟକ୍ରମ ପାଇଁ ସେ ବେଶ୍ ଉତ୍ସାହିତ ମଧ୍ୟ ଥିଲେ । ମାତ୍ର ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ପରିବାର ତଥା ଆତ୍ମୀୟମାନେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେବେଠାରୁ ସେ କୋମାରେ ରହିଛନ୍ତି। ଏହାପରେ ଗତ ସେପ୍ଟେମ୍ବର ୪ ତାରିଖରେ ଅଭିଜିତ ମଜୁମଦାରଙ୍କୁ ଭୁବନେଶ୍ବର ଏମ୍ସକୁ ଅଣାଯାଇଥିଲା। ସେଠାରେ ତାଙ୍କର ନିରନ୍ତର ଚିକିତ୍ସା ଚାଲିଛି। ତାଙ୍କୁ ସୁସ୍ଥ କରିବା ପାଇଁ ପରିବାର ଓ ଡାକ୍ତରମାନେ ଉଦ୍ୟମ ଚଳାଇଥିଲେ ବି ଏପର୍ୟ୍ୟନ୍ତ ବିଶେଷ ସୁଫଳ ମିଳିନାହିଁ।
ମେଡିସିନ ୱାର୍ଡକୁ ଅଭିଜିତ ମଜୁମଦାର ସ୍ଥାନାନ୍ତର
Facebook
Twitter
LinkedIn
Facebook
Twitter
LinkedIn
Recent News
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଗୃହରେ ପାଣ୍ଡିଆନ ତାତି
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...











