ନୂଆପଡା : ନୂଆପଡା ଉପନିର୍ବାଚନରେ ସୁରୁଖୁରୁରେ ଚାଲିଛି ଭୋଟିଂ । ଦିନ ୩ଟା ସୁଦ୍ଧା ନୂଆପଡାରେ ୬୫.୫୬% ଭୋଟିଂ । ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ହେଉଥିବା ବେଳେ ଏହି ରଣାଙ୍ଗନରେ ଶାସକ ବିଜେପି, ବିଜେଡି, କଂଗ୍ରେସ ସମେତ ମୋଟ ୧୧ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। କିନ୍ତୁ ଏଠାରେ ତ୍ରିମୁଖୀ ଲଢ଼େଇ ଦେଖିବାକୁ ମିଳିବ ବୋଲି ଚର୍ଚ୍ଚା ହେଉଛି। ଶାସକ ଦଳ ‘ବିଜେପି’ରୁ ର୍ସ୍ବଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ, ମୁଖ୍ୟ ବିରୋଧୀ ଦଳ ‘ବିଜେଡ଼ି’ରୁ ସ୍ନେହାଙ୍ଗୀନୀ ଛୁରିଆ ଏବଂ କଂଗ୍ରେସରୁ ଘାସିରାମ ମାଝୀ ମଇଦାନକୁ ଓହ୍ଲାଇଛନ୍ତି। ଏହି ୩ଟି ଦଳର ନେତାମାନେ ନୂଆପଡ଼ା, କୋମନା ଏବଂ ଖରିଆର ରୋଡ୍ରେ ବିଗତ ଦିନରେ ଜୋରଦାର ପ୍ରଚାର କରିଛନ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ନୂଆପଡ଼ା ନିର୍ବାଚନ ପାଇଁ ମୋଟ ୩୫୮ଟି ମତ ଦାନ କେନ୍ଦ୍ର ରହିଛି ।
Views: 112











