ଭୁବନେଶ୍ୱର : କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅବସ୍ଥା ଏବେବି ସଂକଟାପନ୍ନ । ଏବେ ବି ହାଇ ଭେଣ୍ଟିଲେଟର ସପୋର୍ଟରେ ଚାଲିଛି ଚିକିତ୍ସା । ସ୍ୱାସ୍ଥ୍ୟବସ୍ଥା ନେଇ ଭୁବନେଶ୍ୱର ଏମ୍ସ ପକ୍ଷରୁ ସୂଚନା ଜାରି । ଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଜଟିଳ ରହିଛି । ଡାକ୍ତରଙ୍କ କହିବା ଅନୁଯାୟୀ, ତାଙ୍କୁ ୭୨ ଘଣ୍ଟା ଯାଏ ଅବଜରଭେସନରେ ରଖାଯାଇଛି। ତାଙ୍କର ଲିଭର୍ ଖରାପ ଥିବାବେଳେ କିଡ୍ନି ଗୁରୁତର ଭାବେ ପ୍ରଭାବିତ ହୋଇଛି। ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି । ପୂର୍ବରୁ କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ମଧ୍ୟ ସଙ୍କଟାପନ୍ନ ରହିଛି । ଲିଭର୍ ଓ କିଡ୍ନି ସହିତ ହ୍ୟୁମାନ୍ଙ୍କ ବହୁ ଅଙ୍ଗ ପ୍ରଭାବିତ ହୋଇଛି । ସେ ଶ୍ବାସକ୍ରିୟାଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଅଛନ୍ତି । ତାଲେଙ୍କୁ ଭେଣ୍ଟିଟର୍ ସହାୟତାରେ ରଖାଯାଇଛି। ଏପଟେ ହ୍ୟୁମାନ୍ ସାଗରଙ୍କ ମା’ କହିଛନ୍ତି, ତାଙ୍କ ଅଙ୍ଗ କାମ କରୁନି । ଗୋଟିଏ ପ୍ରତିଶତ ଚିକିତ୍ସା ଲାଗି ସେ ରାଜ୍ୟ ବାହାରକୁ ନେବା ଲାଗି ଚିନ୍ତା କରୁଛନ୍ତି। ଏଥିଲାଗି ରାଜ୍ୟ ସରକାରଙ୍କୁ ସହାୟତା କରିବାକୁ ଆକୁଳ ନିବେଦନ କରିଛନ୍ତି ।
ହ୍ୟୁମାନ ସାଗରଙ୍କ ଅବସ୍ଥା ଏବେବି ଗୁରୁତର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











