ବାଂଲାଦେଶ : ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ କଲେ ବାଂଲାଦେଶ କୋର୍ଟ । ବିକ୍ଷୋଭକାରୀଙ୍କୁ ହତ୍ୟା ନେଇ ହୋଇଥିଲା ମାମଲା । ରାଜଧାନୀ ଢାକା ସମେତ ସମଗ୍ର ବାଂଲାଦେଶରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ହାଇଆଲର୍ଟରେ ରହିଛି ପୂରା ଦେଶ । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ୍ଙ୍କ ରାୟ ପୂର୍ବରୁ ଦେଶରେ ଜାରି ହୋଇଥିଲା ହାଇଆଲର୍ଟ । ଏଠାରେ ସ୍ପଷ୍ଟ ଭାବରେ କହିରଖୁଛୁ କି, ୨୦୨୪ ମସିହା ଜୁଲାଇ ମାସରେ ସରକାରୀ ଚାକିରିରେ ଥିବା କୋଟା ବ୍ୟବସ୍ଥାର ସଂସ୍କାର ଦାବିରେ ଛାତ୍ରମାନେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଆରମ୍ଭ କରିଥିଲେ । କିନ୍ତୁ ଏହି ଆନ୍ଦୋଳନ ଏକ ବଡ଼ ଜନ ଆନ୍ଦୋଳନର ରୂପ ନେଇଥିଲା, ଯେଉଁଥିରେ ଶେଖ ହସିନାଙ୍କ ଇସ୍ତଫା ଦାବି କରାଯାଇଥିଲା । ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସରକାର କଠୋର ପଦକ୍ଷେପ ଗ୍ରହଣ କରିଥିଲେ । ଜାତିସଂଘର ତଦନ୍ତକାରୀଙ୍କ ଅନୁଯାୟୀ, ଏହି ହିଂସାରେ ପ୍ରାୟ ୧,୪୦୦ ସାଧାରଣ ନାଗରିକଙ୍କର ମୃତ୍ୟୁ ହୋଇଥିଲା । ୫ ଅଗଷ୍ଟ ୨୦୨୪ ରେ ଶେଖ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଦେଶ ଛାଡି ଭାରତ ପଳାଇଆସିଥିଲେ । ଏହାପରେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ଏକ ଅନ୍ତରୀଣ ସରକାର ଗଠନ କରାଯାଇଥିଲା ।
ବାଂଲାଦେଶ କୋର୍ଟଙ୍କ ବଡ ରାୟ ; ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
Facebook
Twitter
LinkedIn
Facebook
Twitter
LinkedIn
Recent News
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଗୃହରେ ପାଣ୍ଡିଆନ ତାତି
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...











