କେନ୍ଦ୍ରାପଡା : ବାଂଲାଦେଶୀ ଅନୁପ୍ରବେଶକାରୀ ସନେ୍ଦହରେ ୪ ଅଟକ । ଟାଉନ ଥାନା ପୋଲିସ ଦ୍ୱାରା ୪ ଅଟକ । ଚାଲିଛି ଡକ୍ୟୁମେଣ୍ଟ ଯାଞ୍ଚ । ଏଣେ ଓଡ଼ିଶାରୁ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ସେମାନଙ୍କ ବିରୁଦ୍ଧରେ ସରକାରଙ୍କ ଆଭିମୁଖ୍ୟ କଠୋର ରହିଛି । ସରକାର ଆସିବା ପରେ ଗୋଟିଏ ପର୍ୟ୍ୟାୟରେ ଏହି କାର୍ୟ୍ୟ କରାଯାଇଛି ଏବଂ ଆଗକୁ ମଧ୍ୟ ଏହା ଜାରି ରହିବ। ଯେଉଁଠି ଯେଉଁଠି ଅନୁପ୍ରବେଶକାରୀ ଅଛନ୍ତି ସେମାନଙ୍କୁ ଚିହ୍ନଟ କରାଯିବ, ସେମାନଙ୍କ କାର୍ୟ୍ୟକୁ ତଦାରଖ କରାଯିବ ଏବଂ ସେମାନଙ୍କୁ ଦେଶରୁ ବାହାର କରିବା ପାଇଁ ନିଷ୍ପତ୍ତି ମଧ୍ୟ ହୋଇଛି । ଏନେଇ ସରକାର ସମସ୍ତ ବ୍ୟବସ୍ଥା ଗ୍ରହଣ କରିବେ । ଏହି ପ୍ରସଙ୍ଗରେ କେନ୍ଦ୍ର ସରକାରର ଯେଉଁ ଭୂମିକା ରହିଛି, ରାଜ୍ୟ ସରକାରଙ୍କ ମଧ୍ୟ ସମାନ ଭୂମିକା ରହିଛି ।
Views: 72











