ପୁରୀ : ଆସନ୍ତା ଡିସେମ୍ବର ୧ରେ ଖୋଲିବ ଗୁଣ୍ଡିଚା ମନ୍ଦିର । ଏ ନେଇ ସୂଚନା ଦେଲେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା । ଦୀର୍ଘ ପ୍ରାୟ ୬ ବର୍ଷ ହେଲା ବନ୍ଦ ରହିଛି ଗୁଣ୍ଡିଚା ମନ୍ଦିର । ଗୁଣ୍ଡିଚା ମନ୍ଦିର ନିକଟରୁ ହଟିଛି ଜବରଦଖଲ , ଭକ୍ତଙ୍କ ପାଇଁ ହୋଇଛି ବ୍ୟବସ୍ଥା । ଗୁଣ୍ଡିଚା ମନ୍ଦିରର ପରିଚାଳନା କରିବ ଶ୍ରୀମନ୍ଦିର ପ୍ରଶାସନ । ଟିକେଟ ଦର୍ଶନ ବ୍ୟବସ୍ଥା ହେବ ନା ନାହିଁ ପରେ ନିଷ୍ପତ୍ତି ।
Views: 41











