The Ultimate Managed Hosting Platform
ADVERTISEMENT

ଜିଲ୍ଲାପାଳଙ୍କ ଆଗରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

Facebook
Twitter
LinkedIn

କଟକ : କଟକ ଜିଲ୍ଲାପାଳଙ୍କ ଆଗରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ । ବାଙ୍କୀରେ ଜନ ଅଭିଯୋଗ ଶୁଣାଣି ବେଳେ ଆତ୍ମାହୁତି ଉଦ୍ୟମ । ପରିବାର ମଙ୍ଗଳ ଯୋଜନା ସହାୟତା ମିଳୁ ନ ଥିବା ଅଭିଯୋଗ । ଦେହରେ ପେଟ୍ରୋଲ ଢାଳିବା ବେଳେ ପୋଲିସ ଦ୍ୱାରା ଉଦ୍ଧାର ହୋଇଛନ୍ତି । ଶୁଣାଣି ବେଳେ ଗ୍ରାମାଞ୍ଚଳ ଏସପି ଓ ବାଙ୍କୀ ଉପଜିଲ୍ଲାପାଳ ଉପସ୍ଥିତ ରହିଥିଲେ । ସେ ଦୀର୍ଘ ଦିନ ଧରି ନିଜ ସ୍ୱାମୀଙ୍କ ମୃତ୍ୟୁ ପରେ ପରିବାର ଭତ୍ତା ପ୍ରାପ୍ୟ ୨୦ ହଜାର ଟଙ୍କା ପାଇବା ଲାଗି ବାରମ୍ବାର ବ୍ଲକ ସାମାଜିକ ସୁରକ୍ଷା ଅଧିକାରିଣୀ ସସ୍ମିତା ସେଠୀଙ୍କ ନିକଟରେ ଅଭିଯୋଗ କରି ଆସୁଥିଲେ।ମାତ୍ର ଲିଗାଲ ହେୟାର ସାର୍ଟିଫିକେଟରେ ତ୍ରୁଟି ରହିଥିବା ଦର୍ଶାଇ ବ୍ଲକ ସାମାଜିକ ସୁରକ୍ଷା ଅଧିକାରିଣୀ ତାଙ୍କୁ ଫେରାଇ ଦେଉଥିଲେ।ଯଦି ଆଗାମୀ ଦିନରେ ତାଙ୍କ ସମସ୍ୟାର ସମାଧାନ ନହୁଏ, ତେବେ ସେ ପୁନର୍ବାର ଆତ୍ମାହୁତି ଦେବେ ବୋଲି ସସ୍ମିତା କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login