ଭୁବନେଶ୍ୱର : ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର । ବରମୁଣ୍ଡା ବସ ଟର୍ମିନାଲ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ ଭିସା ସେଣ୍ଟର । ଏଥିପାଇଁ ରାଜ୍ୟ ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ । ଭିସା ପାଇଁ ଆଉ କୋଲକତା ,ଦିଲ୍ଲୀ, ହାଇଦ୍ରାବାଦ ଯିବାକୁ ପଡିବନି ।ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବି ରହିଆସୁଥିଲା । ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ।
Views: 51











