ନୂଆଦିଲ୍ଲୀ :ଟି-ଟ୍ୱେଣ୍ଟି ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା । ଟି-୨୦ ଅଧିନାୟକ ସୂର୍ୟ୍ୟକୁମାର ଯାଦବ ଏବଂ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ଦଳ ଘୋଷଣା କରିଛନ୍ତି । ଟି-୨୦ ବିଶ୍ୱକପ୍ ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ଆୟୋଜନ କରୁଛନ୍ତି । ଫେବୃଆରୀ ୭ରୁ ଆରମ୍ଭ ହେବ ବିଶ୍ବକପ ମୁକାବିଲା ।
ଟି୨୦ ବିଶ୍ବକପରୁ ବାଦ ପଡିଛନ୍ତି ଶୁବମନ ଗିଲ୍ । ସୂର୍ୟ୍ୟକୁମାର ଯାଦବଙ୍କୁ ଅଧିନାୟକ ଦାୟିତ୍ବ ମିଳିଥିବା ବେଳେ ଅକ୍ଷର ପଟେଲଙ୍କୁ ଉପଅଧିନାୟକ ଦାୟିତ୍ବ ମିଳିଛି । ସଞ୍ଜୁ ସାମସନ, ଈଶାନ କିଷନଙ୍କୁ ଟିମରେ ସ୍ଥାନ ମିଳିଛି ।
Views: 82











