ଉତ୍ତରପ୍ରଦେଶ : ପ୍ରୟାଗରାଜର ପବିତ୍ର ତ୍ରିବେଣୀ ସଙ୍ଗମ କୂଳରେ ଆଜିଠାରୁ ବିଶ୍ୱପ୍ରସିଦ୍ଧ ‘ମାଘ ମେଳା ୨୦୨୬’ ଆରମ୍ଭ ହୋଇଛି । ମାଘ ମେଳା ପୂର୍ବରୁ ସ୍ନାନ ପର୍ବ ପୌଷ ପୂର୍ଣ୍ଣିମାର ପର୍ବ ଗଙ୍ଗା, ଯମୁନା ଏବଂ ସରସ୍ବତୀ ନଦୀର ତ୍ରିବେଣୀରେ ଆସ୍ଥାର ବୁଡ଼ ପକାଇବା ପାଇଁ ଭିଡ଼ ଜମିଛି । ପୌଷ ପୂର୍ଣ୍ଣିମାରେ ସଙ୍ଗମ ତ୍ରିବେଣୀରେ ସ୍ନାନ ଏବଂ ଦାନର ବିଶେଷ ମହତ୍ତ୍ବ ରହିଥାଏ । ମାଘ ମାସରେ ପ୍ରୟାଗରାଜରେ ସ୍ନାନ ଏବଂ କଳ୍ପବାସ କରିବା ଦ୍ୱାରା ମନୁଷ୍ୟକୁ ମୋକ୍ଷ ପ୍ରାପ୍ତି ହୁଏ ଏବଂ ସମସ୍ତ ପାପରୁ ମୁକ୍ତି ମିଳିଥାଏ । ପୌଷ ପୂର୍ଣ୍ଣିମା ସହିତ ମାଘ ମେଳାରେ ଏକ ମାସ ଧରି ଚାଲିବାକୁ ଥିବା ‘କଳ୍ପବାସ’ ମଧ୍ୟ ଆରମ୍ଭ ହୋଇଯାଇଛି । ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା କଳ୍ପବାସୀ ମାନେ ସଙ୍ଗମ କୂଳରେ ତମ୍ବୁ ଗାଡ଼ି ନିଜର ଆଧ୍ୟାତ୍ମିକ ସାଧନା ଆରମ୍ଭ କରିଛନ୍ତି । କଳ୍ପବାସ ସମୟରେ ଶ୍ରଦ୍ଧାଳୁମାନେ ସାତ୍ତ୍ୱିକ ଜୀବନଯାପନ କରନ୍ତି, ଦିନକୁ ଥରେ ମାତ୍ର ଭୋଜନ କରନ୍ତି ଏବଂ ଅଧିକାଂଶ ସମୟ ଭଗବାନଙ୍କ ନାମ ଜପ ଓ ଭଜନ କୀର୍ତ୍ତନରେ ଅତିବାହିତ କରନ୍ତି ।ପୌଷ ପୂର୍ଣ୍ଣିମା ଅବସରରେ ଶ୍ରଦ୍ଧାଳୁ ବ୍ରତ ରଖି, ସ୍ନାନ, ଦାନ ଏବଂ ପୂଜାପାଠ କରନ୍ତି । ଏହାଦ୍ବାରା ଘରେ ସୁଖ ସମୃଦ୍ଧି ବଢିଥାଏ ଏବଂ ନକାରାତ୍ମକ ଶେଷ ହୁଏ । ଏହିଦିନ ଜରୁରୀ ଲୋକଙ୍କୁ ଅନ୍ନ ଏବଂ ବସ୍ତ୍ର ଦାନ କରନ୍ତୁ । ପୌଷ ପୂର୍ଣ୍ଣିମା ଦିନ କଞ୍ଚା ତେଲ ଏବଂ ଫଳ, ପନିପରିବା ଦାନ କରନ୍ତୁ ।
ପୈାଷ ପୂର୍ଣ୍ଣମୀରେ ପ୍ରୟାଗରାଜରେ ଭକ୍ତଙ୍କ ଭିଡ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











