ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି । ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ସେ ଓଡ଼ିଶାର ବିକାଶ ପଥକୁ ବୃଦ୍ଧି କରିବା ଏବଂ ରାଜ୍ୟର ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ଉଲ୍ଲେଖନୀୟ ପ୍ରୟାସ କରିଛନ୍ତି। ଲୋକଙ୍କ ସେବାରେ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି।
Views: 63











