The Ultimate Managed Hosting Platform
ADVERTISEMENT

ପ୍ରଥମ ଦିନିକିଆ: ଟସ୍  ଜିତି ଭାରତର ବୋଲିଂ ନିଷ୍ପତ୍ତି

Facebook
Twitter
LinkedIn

ମଙ୍ଗଳବାର ଘରୋଇ ଇଂଲଣ୍ଡ ଓ ଭାରତ ମଧ୍ୟରେ ପ୍ରଥମ ଦିନିକିଆ ଖେଳାଯିବ । ଟି-୨୦ ସିରିଜକୁ ୨-୧ରେ ଜିତିବା ପରେ ଭାରତର ନଜର ଏବେ ଦିନିକିଆ ସିରିଜ ଉପରେ । ଓଭାଲ ଗ୍ରାଉଣ୍ଡରୁ ବିଜୟ ସହ ଅଭିଯାନ ଆରମ୍ଭ କରିବା ପାଇଁ ରୋହିତ ଶର୍ମାଙ୍କ ଭାରତୀୟ ଦଳ ପ୍ରସ୍ତୁତ ରହିଛି । ଟସ୍ ଜିତି ପ୍ରଥମ ମୁକାବିଲାରେ ଭାରତ ବୋଲିଂ ନିଷ୍ପତ୍ତି ନେଇଛି। ଆହତଜନିତ ସମସ୍ୟା କାରଣରୁ ପୂର୍ବତନ ଅଧିନାୟକ ବିରାଟ କୋହଲି ଖେଳୁ ନାହାନ୍ତି। ଫଳରେ ଶ୍ରେୟସ ଆୟରଙ୍କୁ ଚୂଡାନ୍ତ ଏକାଦଶରେ ସୁଯୋଗ ମିଳିଛି।

ଆସନ୍ତା ବର୍ଷ ରହିଛି ଦିନିକିଆ ବିଶ୍ଵ କପ୍‌ । ଏବେଠୁ ଉପଯୁକ୍ତ ଦଳ ପ୍ରସ୍ତୁତ କରିବାର ସମୟ । ତେଣୁ ଭାରତ ଏକାଦଶ ଚୟନକୁ ନେଇ ପରୀକ୍ଷା ନୀରିକ୍ଷା କରିବା ନିଶ୍ଚିତ । ଘରୋଇ ଇଂଲଣ୍ଡ ବେଶ୍‌ ଶକ୍ତିଶାଳୀ । ସେମାନେ ବିଶ୍ଵ ଚାମ୍ପିଅନ । ଏହି ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ ପୂର୍ବରୁ କିଛି ଦିଗରେ ଭାରତ ନଜର ଦେବା ସ୍ଵାଭାବିକ । ବିଶେଷ କରି ବ୍ୟାଟିଂ ବିଭାଗକୁ ନେଇ ଅନେକ ତର୍ଜମା ହେବ ।

ଆଜିର ମ୍ୟାଚ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ନଜର ରହିବା ନିଶ୍ଚିତ। ଫିଟ୍‌ ହୋଇ ଫେରିବା ଦିନଠୁ ପାଣ୍ଡ୍ୟା ଚମତ୍କାର ପ୍ରଦର୍ଶନ ଜାରି ରଖିଛନ୍ତି । ବର୍ତ୍ତମାନ ଟି-୨୦ର ପ୍ରଦର୍ଶନକୁ ଦିନିକିଆରେ ଦୋହରାଇବାର ସମୟ। ଟିମ ମ୍ୟାନେଜମେଣ୍ଟ ମଧ୍ୟ ଭାବି ଚିନ୍ତି ତାଙ୍କୁ କାର୍ଯ୍ୟ ଭାର ପ୍ରଦାନ କରିବ । ଆବଶ୍ୟକ ପଡ଼ିଲେ ୧୦ ଓଭର ବୋଲିଂ କରିବା ଭଳି ଫିଟ୍‌ନେସ୍‌ ଅଛି କି ନାହିଁ, ତାହା ଏହି ସିରିଜରେ ସ୍ପଷ୍ଟ ହୋଇଯିବ। ଯୁବ ପେସ୍‌ ବୋଲର ପ୍ରସିଦ୍ଧ କ୍ରିଷ୍ଣାଙ୍କୁ ଦଳରେ ସ୍ଥାନ ମିଳିଛି । ମ୍ୟାଚ୍‌ରେ ବୁମରା ଓ ମହମ୍ମଦ ସାମି ପେସ୍‌ ବିଭାଗ ସମ୍ଭାଳିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login