The Ultimate Managed Hosting Platform
ADVERTISEMENT

ଖବର କାଗଜ ହକରଙ୍କୁ ୬୦୦୦ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟର ଖବର କାଗଜ ହକରମାନଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସେମାନଙ୍କ ପାଇଁ ଏକ ଯେଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ କୋଭିଡ୍ ସହାୟତା ଭାବେ ୭୩୦୦ ପଞ୍ଜିକୃତ ହକରଙ୍କୁ ୬୦୦୦ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଛନ୍ତି । ଏଥି ସହ ସେମାନଙ୍କୁ ଅଣ ସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ ମଧ୍ୟ କରିଛନ୍ତି । ଏ ନେଇ ରାଜ୍ୟର ୭୩୦୦ ହକର ମାନଙ୍କ ପାଇଁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍ ପ୍ରସ୍ତୁତ କରାଯା ଇ ସେମାନଙ୍କୁ ପଞ୍ଜିକୃତ କରାଯାଇଛି । ଏଥିରେ ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଇଥିବା ବେଳେ, ଏହା ସିଧା ସଳଖ ପଞ୍ଜିକୃତ ହକର ମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଇଥିବା ସୂଚନା ରହିଛି ।

ଏଥି ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ୍ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକ ମାନଙ୍କୁ ଖବର କାଗଜ ଯୋଗାଇଛନ୍ତି । ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମି ନାହିଁ । କୋଭିଡ ସହାୟତା ସହିତ ହକର ମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ । ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ୱଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସମ୍ପୂର୍ଣ୍ଣ ଅକ୍ଷମ ହୋଇଥିବା ହକର ମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ହକର ମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ ।

ସୂଚନାଯୋଗ୍ୟ ଯେ ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଅକ୍ଷମତା ଯୋଗୁ ହକର ମାନଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକର ମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକର ମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ଲୋକସେବା ଭବନ କନଭେନସନ ହଲରେ ଆୟୋଜିତ କାର‌୍ୟ୍ୟକ୍ରମରେ ଯୋଗ ଦେଇ ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଛନ୍ତି, ମୁଖ୍ୟମନ୍ତ୍ରୀ ଅନେକ ଜନକଲ୍ୟାଣ କାର‌୍ୟ୍ୟକ୍ରମ କରି ଓଡ଼ିଶା ପ୍ରଗତିର ନୂଆ ଇତିହାସ ଲେଖିଛନ୍ତି । ଆର୍ଥିକ ଦୂରାବସ୍ଥାର ସମ୍ମୁଖୀନ ହେଉଥିବା ହକର ମାନେ ଏହାଦ୍ୱାରା ଉପକୃତ ହେବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login