The Ultimate Managed Hosting Platform
ADVERTISEMENT

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି ଦାସ

Facebook
Twitter
LinkedIn

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରିବା ପରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଦୀପାଳି । ନବୀନ ନିବସ ଆସି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ତାଙ୍କ ପାଖରୁ ଆଶୀର୍ବାଦ ନେଇଛନ୍ତି । ସାକ୍ଷାତ ପରେ ଦୀପାଳି କହିଛନ୍ତି, ‘ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ପାଇଁ ଆସିଥିଲି । ବିଜେଡି ଏକ ଦକ୍ଷ ଦଳ । ବାପା ନବକିଶୋର ଦାସଙ୍କ ପରେ ବିଜେଡି ମୋ ଉପରେ ଭରସା କରିଥିବାରୁ ବହୁତ ଖୁସି । ଏଥର ଆମେ ଝାରସୁଗୁଡ଼ାରେ ବହୁ ଭୋଟରେ ଜିତିବୁ । ବାପାଙ୍କ ପ୍ରତି ଜନସାଧାରଣଙ୍କ ଭଲ ପାଇବା ଓ ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶ ଏବଂ କାର୍ୟ୍ୟଧାରା ସବୁବେଳେ ଲୋକଙ୍କ ହିତ ସାଧନ କରିଛି । ଏଣୁ ଆମେ ବହୁ ଭୋଟରେ ବିଜୟୀ ହେବୁ ।’ ବାପା ଝାରସୁଗୁଡା ପାଇଁ ଦେଖିଥିବା ସ୍ବପ୍ନକୁ ପୂରଣ କରିବି । ବାପାଙ୍କ ଦେହାନ୍ତ ପରେ ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ରହିଛି । ବିଜେଡିର ପ୍ରାର୍ଥୀ ହୋଇଥିବାରୁ ମୁଁ ଗର୍ବିତ । ଲୋକମାନେ ବିଜେଡିକୁ ସମର୍ଥନ କରୁଛନ୍ତି । ଲୋକମାନେ ହିଁ ବିଜୟୀ ହେବେ ବୋଲି ଦୀପାଳି କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଧାନସଭା ପରମ୍ପରାକୁ ହତ୍ୟା କରାଯାଇଛି-ଭକ୍ତ

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪...

ADVERTISEMENT
ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଭୁବନେଶ୍ୱର :ଲକ୍ଷପତି ଦିଦି କୋଟିପତି ହେବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିନା ସୁଧରେ ୧୦ ଲକ୍ଷ ପ ର୍ଯ୍ୟନ୍ତ ରୁଣ ଯୋଗାଇବାକୁ ସରକାରଙ୍କ ପ୍ରାଥମିକତା...

Login