ଭୁବନେଶ୍ୱର : ଜାପାନ ଗସ୍ତର ତୃତୀୟ ଦିନରେ ନିପ୍ପନ ଷ୍ଟିଲ ପ୍ଲାଣ୍ଟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ସହ ପ୍ଲାଣ୍ଟ ବୁଲି ଦେଖିଛି ରାଜ୍ୟ ସରକାରଙ୍କ ପ୍ରତିନିଧି ଦଳ । ସେମାନେ କିମିସ୍ତୁ ଷ୍ଟିଲ୍ ଓ୍ଵାର୍କ ପ୍ଲାଣ୍ଟ ଓ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ସେଣ୍ଟର ପରିଦର୍ଶନ କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରତିନିଧି ଦଳରେ ଅଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ସଚିବ ପ୍ରଦୀପ ଜେନା, ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ୍, ଶିଳ୍ପ ସଚିବ ହେମନ୍ତ ଶର୍ମା, ଇପିକଲ୍ ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ପ୍ରମୁଖ । ନିପ୍ପନ ଷ୍ଟିଲ୍ ପ୍ଲାଣ୍ଟ ବୁଲି ଦେଖିବା ବେଳେ ସେମାନଙ୍କର ପରିବେଶ ଉପଯୋଗୀ ପଦକ୍ଷେପ ଦେଖି ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି । କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲର ଦୁଇଟି ପ୍ରକଳ୍ପକୁ ମଂଜୁରୀ ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଜାପାନରୁ ଓଡ଼ିଶାକୁ ଆସିଛି ୨୬ ହଜାର କୋଟି ଟଙ୍କାର ନିବେଶ ପ୍ରସ୍ତାବ । ଗତକାଲି ଟୋକିଓରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବିଜନେସ୍ ମିଟରେ ଯୋଗ ଦେବା ସହ ୧୨ଟି ବଡ଼ବଡ଼ ଇଣ୍ଡଷ୍ଟ୍ରିର କ୍ୟାପଟେନଙ୍କ ସହ ୱାନ ଟୁ ୱାନ ଆଲୋଚନା କରିଥିଲେ ।
ଜାପାନ ଗସ୍ତର ତୃତୀୟ ଦିନରେ ନିପ୍ପନ ପ୍ଲାଣ୍ଟରେ ନବୀନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











