The Ultimate Managed Hosting Platform
ADVERTISEMENT

ଟ୍ରକ ପଛକୁ ପିଟିଲା ପିକଅପ ଭ୍ୟାନ୍, ୩ ମୃତ

Facebook
Twitter
LinkedIn

ଯାଜପୁର : ଟ୍ରକକୁ ପଛରୁ ପିଟିଲା ପିକ୍ଅପ୍ । ଦୁର୍ଘଟଣା ନେଇଛି ୩ଜଣଙ୍କର ଜୀବନ । ଏଥିରେ ୬ ଜଣ ଗୁରୁତର ହୋଇଛନ୍ତି । ଯାଜପୁର ଜିଲ୍ଲା ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନମ୍ବର ଜାତୀୟ ରାଜପଥ ଚାରିନଙ୍ଗଳଠାରେ ଏହି ଦୁର୍ଘଟଣା ଘଟିଛି ।ରାସ୍ତାକଡ଼ରେ ଠିଆ ହୋଇଥିବା ଏକ ଟ୍ରକକୁ ପଛରୁ ଧକ୍କା ଦେଇଥିଲା ପିକଅପ୍ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା । ଗୁରୁତର ହୋଇଥିଲେ ୮ ଜଣ । ଗୁରୁତରଙ୍କୁ ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ କଟକ ବଡମେଡିକାଲରେ ଆଉ ଦୁଇ ଜଣ ପ୍ରାଣ ହରାଇଛନ୍ତି । ଅନ୍ୟ ୬ ଗୁରୁତରଙ୍କର ଚିକିତ୍ସା ଚାଲିଛି । ମୃତକଙ୍କ ମଧ୍ୟରେ ୨ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ପିକଅପ୍ ଭ୍ୟାନର ଆଗପଟ ସଂପୂର୍ଣ୍ଣ ଚୁରମାର ହୋଇଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login