ଭୁବନେଶ୍ୱର : ଆସନ୍ତାକାଲି ଜାପାନରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜାପାନ କ୍ୟୋଟୋରେ ଓଡ଼ିଶାରେ ପର୍ୟ୍ୟଟନ କ୍ଷେତ୍ରରେ ବହୁ ସୁଯୋଗ ଥିବା ନେଇ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାର ସମୃଦ୍ଧ ବୌଦ୍ଧ ପରମ୍ପରା ବହନ କରୁଛି। ତେଣୁ ଓଡ଼ିଶା-ଜାପାନ ମଧ୍ୟରେ ବୌଦ୍ଧ ସଂସ୍କୃତିର ସମ୍ପର୍କ ଯୋଡ଼ିବାକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।ଓଡ଼ିଶା ଏବଂ ଜାପାନ ମଧ୍ୟରେ ସାଂସ୍କୃତିକ ସମ୍ପର୍କ ବିଷୟରେ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ପର୍ୟ୍ୟଟନକୁ ପ୍ରୋତ୍ସାହନ ସହ ଏ କ୍ଷେତ୍ରରେ ଭିତ୍ତିଭୂମିର ବିକାଶ ନେଇ ସରକାର ନେଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ କରାଇଥିଲେ, ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ସମୟରେ ଟୋକିଓସ୍ଥିତ ନିପ୍ପନ ଷ୍ଟିଲ ପ୍ଲାଣ୍ଟ ବୁଲି ଦେଖିବା ସହ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ବ୍ୟାପକ ପୁଞ୍ଜିନିବେଶରେ କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରତିଷ୍ଠା ହେବାକୁ ଯାଉଥିବା ମେଗା ଷ୍ଟିଲ ପ୍ଲାଣ୍ଡ ରାଜ୍ୟରେ ଶିଳ୍ପ ସମୃଦ୍ଧିର ନୂଆ ଧାରା ସୃଷ୍ଟି କରିବ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।
ଆସନ୍ତାକାଲି ଜାପାନରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











