ଭୁବନେଶ୍ବର : ପ୍ରଚଣ୍ଡ ଖରାରେ ସନ୍ତୁଳି ହେଉଛନ୍ତି ରାଜ୍ୟ ବାସୀ । ତେଣୁ ଗ୍ରୀଷ୍ମ ପ୍ରବାହକୁ ନେଇ ଆଉ ୨ ଦିନ ସ୍କୁଲ ଛୁଟି ଘୋଷଣା । ଖରା ପାଇଁ ପୁଣି ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଆଜି ଓ କାଲି ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଆଜି ଓ କାଲି ଦୁଇଦିନ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ୟ୍ୟନ୍ତ ସ୍କୁଲ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଉଭୟ ସରକାରୀ ଓ ବେସରକାରୀ ସ୍କୁଲ ସମେତ ଅଙ୍ଗନବାଡ଼ି ମଧ୍ୟ ବନ୍ଦ ରହିବ । ପରବର୍ତ୍ତୀ ସମୟରେ ଖରାର ସ୍ଥିତିକୁ ନେଇ ନିଷ୍ପତ୍ତି ନିଆଯିବ ।
Views: 87











