The Ultimate Managed Hosting Platform
ADVERTISEMENT

ରାଜ୍ୟରେ ଉପରମୁହାଁ କରୋନା , ଦିନକରେ ୪୩୧ ପଜିଟିଭ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ୪୩୧ କରୋନା ପଜିଟିଭ ଚିହ୍ନଟ । ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୧୧କୁ ବୃଦ୍ଧି ପାଇଛି । ସେପଟେ ଦିନକରେ ସୁସ୍ଥ ହୋଇଛନ୍ତି ୧୯୭ କରୋନା ଆକ୍ରାନ୍ତ । ତେବେ ଦିନକୁ ଦିନ ବଢିବାରେ ଲାଗିଛି କରୋନାର ମାମଲା ।
ଅନ୍ୟପଟେ ଦେଶରେ ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୨,୦୦୦ ତଳକୁ ଖସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୬,୦୦୦ରୁ ଅଧିକ ହୋଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୬୯୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୧,୬୯୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୬୯,୬୮୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୨୮ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୨୫୮କୁ ବୃଦ୍ଧି ପାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login