ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ପ୍ରଭାବ । କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି । ଆଗାମୀ୪ ଦିନ ଯାଏ କାଳବୈଶାଖୀ ପ୍ରଭାବ ରହିବ । ଆଜି ଅଧିକ ରହିବ ପ୍ରଭାବ । ବଢିବ ବର୍ଷା ପରିମାଣ । ଆଜି ଉପକୂଳ, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଏଥିପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର । ଏଥିରୁ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷିପାରେ । କିଛି ସ୍ଥାନରେ କୁଆପଥର ବର୍ଷା ବି ହେବ ।
Views: 83