ବାରିପଦା: ଓଡ଼ିଶା ଆସୁଛନ୍ତି ମହାମହିମ । ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ଜନ୍ମମାଟି ମୟୂରଭଞ୍ଜ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ । ୩ ଦିନିଆ ଗସ୍ତରେ ଆସୁଛନ୍ତି ମ୍ୟାଡାମ ପ୍ରେସିଡେଣ୍ଟ । ମୟୂରଭଞ୍ଜ ଜିଲାର ରାଇରଙ୍ଗପୁର, ପାହାଡପୁର ଓ ବାରିପଦା ଗସ୍ତ କରିବା କାର୍ୟ୍ୟକ୍ରମ ରହିଛି । ୪ ତାରିଖରେ ସେ ଆସିବାକୁ ଥିବା ବେଳେ ୬ତାରିଖରେ ଦିଲ୍ଲୀ ଫେରିବାର ଅଛି ।୫ ତାରିଖ ଶୁକ୍ରବାର ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମ ସ୍ଥାନ ଦାଣ୍ଡବୋଷରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ମଧ୍ୟାହ୍ନ ୧୨ଟାରେ ଶିମିଳିପାଳ ଅଭୟାରଣ୍ୟ ବୁଲିଯିବେ ମହାମହିମ । ତେଣୁ ପର୍ୟ୍ୟଟକ ଓ ସାଧାରଣ ଲୋକଙ୍କ ପାଇଁ ଦୁଇ ଦିନ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ ।
ରାଷ୍ଟ୍ରପତି ମ୍ୟାଡାମ ଦ୍ରୌପଦି ମୁର୍ମୁଙ୍କ ଗସ୍ତକୁ ନଜରରେ ରଖି ଶିମିଳିପାଳ ଅଭୟାରଣ୍ୟକୁ ଆସନ୍ତା ୪ ଓ ୫ ତାରିଖ ଦୁଇ ଦିନ ପାଇଁ ପର୍ୟ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଛି । ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୁଗନାନୀ ଏନେଇ ସୂଚନା ଦେଇଛନ୍ତି । ବ୍ୟାଘ୍ର ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଶିମିଳିପାଳ ଆସୁଥିବାରୁ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା, ଆତିଥେୟତା ଓ ପରିଦର୍ଶନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି । ଶିମିଳିପାଳ ବୁଲିବା ପରେ ସନ୍ଧ୍ୟାରେ ବାରିପଦା ଅତିଥିଭବନରେ ରାତ୍ରିଯାପନ କରିବେ । ପରଦିନ ଅର୍ଥାତ୍ ୬ ତାରିଖ ଶନିବାର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ। ପୂର୍ବାହ୍ନ ୧୧.୧୫ରୁ ମଧ୍ୟାହ୍ନ ୧୨.୧୫ ପର୍ୟ୍ୟନ୍ତ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେବେ। ଏହି କାର୍ୟ୍ୟକ୍ରମ ସାରି ହେଲିକପ୍ଟର ଯୋଗେ କଲେଇକୁଣ୍ଡା ବାୟୁସେନା ଘାଟିରେ ପହଞ୍ଚି ସେଠାରୁ ଦିଲ୍ଲୀ ଫେରିଯିବାର କାର୍ୟ୍ୟକ୍ରମ ରହିଥିବା ପ୍ରକାଶ।
୩ ଦିନିଆ ଗସ୍ତରେ ଆସୁଛନ୍ତି ମ୍ୟାଡାମ ପ୍ରେସିଡେଣ୍ଟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











