The Ultimate Managed Hosting Platform
ADVERTISEMENT

ବିବାହ ଭୋଜିରୁ ଫେରିବା ବେଳେ ଘଟିଲା ଦୁର୍ଘଟଣା , ଗୋଟିଏ ପରିବାରର ୧୧ ଜଣଙ୍କ ମୃତ୍ୟୁ

Facebook
Twitter
LinkedIn

ମାଲକାନଗିରି : ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ୧୧ ଜଣଙ୍କ ଜୀବନ । ବୋଲେରୋକୁ ପିଟିଲା ଟ୍ରକ। ଛତିଶଗଡ଼ ବଲୋଦ ଜିଲ୍ଲାରେ ସଡ଼କ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୧୧ ଜଣଙ୍କ ଜୀବନ। ମୃତକଙ୍କ ମଧ୍ୟରେ ୫ ମହିଳା, ୨ ଶିଶୁ ଓ ୪ଜଣ ପୁରୁଷ ଅଛନ୍ତି। ବିବାହ କାର୍ୟ୍ୟରେ ଯୋଗଦେବାକୁ ଯାଉଥିବାବେଳେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି।
ଗତକାଲି ଭଟ୍ଟଗାଁର ଗୋଟିଏ ପରିବାରର ଲୋକ ବୋଲେରୋରେ କାଙ୍କେର ଜିଲ୍ଲାର ମରକାଟୋଲାକୁ ଏକ ବିବାହ ଭୋଜିରେ ଯୋଗ ଦେବାକୁ ଯାଇଥିଲେ। ସେଠାରୁ ଫେରୁଥିବାବେବେଳେ ରାତି ପ୍ରାୟ ୯ଟା ସମୟରେ ୩୦ ନମ୍ବର ଜାତୀୟ ରାଜପଥ ଜାଗତରା ନିକଟରେ ସାମ୍ନା ପଟୁ ଏକ ଟ୍ରକ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ବୋଲେରୋଟି ପୁରା ଚାପି ହୋଇଯାଇଥିଲା। ଘଟଣାସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା। ଏକ ଛୋଟ ଶିଶୁ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ତାକୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶିଶୁଟିର ମୃତ୍ୟୁ ହୋଇଛି। ସମସ୍ତ ମୃତକ ଧମତରୀ ଜିଲ୍ଲା ସୋରମ ଭଟ୍ଟଗାଁରେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login