ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୩୦୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୩୧,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୬୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୯୬୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୬୭,୨୫୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୧୭ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୬୫୯କୁ ବୃଦ୍ଧି ପାଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୦୫,୫୫୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୫% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୦୪୧କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୭%।
ଦେଶରେ ୨୪ ଘଣ୍ଟାରେ ୩ ହଜାର ତଳେ ସଂକ୍ରମଣ ଚିହ୍ନଟ
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











